Posted inଜାତୀୟ

ଗତ ମାସେ ଭିତରେ ବ୍ରିଟେନରୁ ଭାରତ ଆସିଛନ୍ତି ୫୦ ହଜାରରୁ ଅଧିକ ଲୋକ: ଚାଲିଛି ଠିକଣା ଖୋଜା

ନୂଆଦିଲ୍ଲୀ,୨୩।୧୨: ସମଗ୍ର ବିଶ୍ୱରେ କରୋନା ମାମଲା ହ୍ରାସ ହେବା ପରେ ଲୋକଙ୍କ ସାଧାରଣ ଜୀବନଯାପନ ସ୍ବାଭାବିକ୍‌ ହେବାକୁ ଲାଗିଥିଲା। କିନ୍ତୁ ହଠାତ୍‌ ବ୍ରିଟେନରେ କରୋନା ଭୂତାଣୁର ଏକ ନୂଆ ରୂପ ଦେଖାଯାଇଛି। ଫଳରେ ପୁଣି ଥରେ ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। କରୋନାର ନୂଆ ରୂପ ଭାରତୀୟଙ୍କ ମଧ୍ୟ ଚିନ୍ତା ବଢାଇଛି। ସରକାର ସତର୍କତା ଅବଲମ୍ବନ କରି ବ୍ରିଟେନରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କ ଉପରେ ନଜର ରଖାଯାଇଛି। ଏଥି ସହିତ ସରକାର ଏକ ଠୋସ ପଦକ୍ଷେପ ନେଇଛନ୍ତି ଏବଂ ଗତ ଏକ ମାସ ମଧ୍ୟରେ ବ୍ରିଟେନରୁ ଭାରତ ଆସିଥିବା ସମସ୍ତ ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଉଛି। ଏହାକୁ ଏବେ ସମସ୍ତ ରାଜ୍ୟ ସହ ଶେୟାର କରାଯାଉଛି। ଲୋକମାନଙ୍କୁ ଆତ୍ମବିଶ୍ୱାସ ପ୍ରଦାନ କରି କେନ୍ଦ୍ର ସରକାର କହିଛନ୍ତି ଯେ ଭାରତ ସଠିକ ଦିଗରେ କାର୍ଯ୍ୟ କରୁଛି ବୋଲି ଭୟ କରିବାର କୌଣସି ଆବଶ୍ୟକତା ନାହିଁ। ସରକାରୀ ଆକଳନ ଅନୁଯାୟୀ, ଏକ ମାସ ମଧ୍ୟରେ ବ୍ରିଟେନରୁ ମୋଟ ୫୦,୮୩୨ ଲୋକ ଭାରତ ଆସିଛନ୍ତି। ଏଥି ସହିତ, ଦିଲ୍ଲୀର ସର୍ବାଧିକ ୧୬,୨୮୧ ଲୋକ ଅଛନ୍ତି। ବ୍ରିଟେନରୁ ଆସିଥିବା ସମସ୍ତ ଲୋକଙ୍କ ସନ୍ଧାନ ଆରମ୍ଭ ହୋଇଛି। ସେଥିପାଇଁ ଏପର୍ଯ୍ୟନ୍ତ ଭାରତ ସମେତ ମୋଟ ୪୯ଟି ଦେଶ ବ୍ରିଟେନରୁ ଆସୁଥିବା ବିମାନ ବନ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri