୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

କାବୁଲ,୭।୧୧: ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରେ ପ୍ରଥମେ ପଞ୍ଜଶୀର ଏବଂ ବର୍ତ୍ତମାନ ଇସଲାମିକ ଷ୍ଟେଟ (ଆଇଏସ୍‌) ଆତଙ୍କବାଦୀତାଙ୍କ ଯୋଗୁ ସମସ୍ୟାରେ ବଡ଼ିଛି। ତେବେ ତାଲିବାନ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ଼କ୍ଷେପ ନେବାରେ ଲାଗିଛି। ତାଲିବାନ ୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରାଇଥିବା ଦାବି କରିଛି। ତାଲିବାନ କହିଛି ଆଇଏସ୍‌ ଆତଙ୍କବାଦୀଙ୍କ ଉପରେ ଚାପ ପକାଇ ଆତ୍ମସମର୍ପଣ କରିବାକୁ ବାଧ୍ୟ କରାଯାଇଛି। ଏହାପୂର୍ବରୁ ତାଲିବାନ ଗତ ସପ୍ତାହରେ ୬୫ ଆଇଏସ୍‌ ଆତଙ୍କବାଦୀ ଆତ୍ମସମର୍ପଣ କରିଥିବା ନେଇ ସୂଚନା ଦେଇଥିଲା।

ଆଇଏସ ଗୋଷ୍ଠୀ ତାଲିବାନ ବିରୋଧରେ ଲଢ଼େଇ କରୁଥିବାରୁ ଦେଶରେ ସ୍ଥିତି କ୍ରମଶଃ ସଙ୍କଟ ଜନକ ହେବାରେ ଲାଗିଛି। ଇସଲାମିକ ଷ୍ଟେଟ ନିକଟରେ ଏକ ବିବୃତ୍ତି ଜାରି କରିଛି ଯେ ତାଲିବାନ ଆଫଗାନିସ୍ତାନକୁ ଧ୍ୱଂସ କରିବା ଲାଗି କାର୍ଯ୍ୟ କରୁଛି ଏବଂ ଏବେ ତାଲିବାନ ବିରୋଧରେ ଲଢ଼େଇ ଜୋର୍‌ ଦାର ହେବ। ଗତ ଦୁଇ ମାସ ମଧ୍ୟରେ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଇଛି।

ଗତ ସପ୍ତାହରେ କାବୁଲର ଏକ ଡାକ୍ତରଖାନା ଉପରେ ହୋଇଥିବା ଆକ୍ରମଣରେ ତାଲିବାନ କାବୁଲ କମାଣ୍ଡରଙ୍କ ମୃତୂ୍ୟ ଘଟିଥିଲା। ତାଲିବାନ ପାଇଁ ଏହା ଏପର୍ଯ୍ୟନ୍ତ ସବୁଠାରୁ ବଡ ଝଟ୍‌କା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri