ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ବ ଚାଷୀଙ୍କର ହୋଇଛି କ୍ଷତି

ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଉପସ୍ଥିତ କୃଷକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର । ସେମାନେ ସମସ୍ତଙ୍କ ମୁହଁରେ ଆହାର ଯୋଗାଉଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆପଣମାନଙ୍କୁ ଅନ୍ନଦାତା ଭାବେ ସମ୍ମାନିତ କରି ଆସିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି । କୃଷକମାନଙ୍କ ସୁଖଦୁଃଖରେ ଆମ ସରକାର ଅଛନ୍ତି । ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରି ଆମ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ରୁ ଅଧିକ ଟଙ୍କା ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ।

ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ, ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲ ଗୁଡିକୁ କଂକ୍ରିଟ୍ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ । ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳର ସୁବ୍ୟବହାର, ଜଳ ବଣ୍ଟନରେ ସମତା ଏବଂ ଚାଷୀର ଜମିକୁ ପର୍ଯ୍ୟାପ୍ତ ଜଳ ସେଚନର ବ୍ୟବସ୍ଥା ସୁନିଶ୍ଚିତ କରିବା ଆମର ପ୍ରାଥମିକତା । ଏ ଦିଗରେ ପାଣି ପଞ୍ଚାୟତର ବଡ ଭୂମିକା ରହିଛି । ରାଜ୍ୟରେ ବର୍ତ୍ତମାନ ୩୯ ହଜାର ରୁ ଅଧିକ ପାଣି ପଞ୍ଚାୟତ ଜଳ ପରିଚାଳନାର ନେତୃତ୍ୱ ନେଉଛନ୍ତି । ଏହା ଦ୍ୱାରା ଜଳ ପରିଚାଳନାରେ ସମସ୍ତଙ୍କର ସହଭାଗିତା ରହିପାରୁଛି ଓ ଜଳର ଅପଚୟ ମଧ୍ୟ ରୋକା ଯାଇ ପାରୁଛି ।

ରାଜ୍ୟରେ ଜଳ ସମ୍ପଦର ବିକାଶ ପାଇଁ ଚଳିତ ବର୍ଷର ବଜେଟରେ ୧୩,୨୨୩ କୋଟି ରୁ ଅଧିକ ଟଙ୍କା ପ୍ରାବଧାନ କରାଯାଇଛି । ଚଳିତ ବଜେଟରେ ନୟାଗଡ ଜିଲାରେ ବୃତଙ୍ଗ ଜଳସେଚନ ପ୍ରକଳ୍ପ, ଗଂଜାମ ଜିଲାର ପିପଳପଙ୍କ ପ୍ରକଳ୍ପ, ବଲାଙ୍ଗିର ଜିଲାର ଉପର ଲାନ୍ଥ ଜଳସେଚନ ପ୍ରକଳ୍ପ, ଅନୁଗୁଳ ଜିଲ୍ଲାର ସମାକୋଇ ବ୍ୟାରେଜ ପ୍ରକଳ୍ପ, ବରଗଡ ଜିଲାର ୩ଟି ଓ ନୂଆପଡା ଜିଲାର ୭ଟି ଉଠାଜଳସେଚନ ପ୍ରକଳ୍ପ, କଳାହାଣ୍ଡି ଜିଲାର ୩ଟି ଓ ନୂଆପଡା ଜିଲାରେ ୨ଟି ଏମ.ଆଇ.ପି., କଳାହାଣ୍ଡି, ବଲାଙ୍ଗିର, ବରଗଡ ଓ ନୂଆପଡା ଜିଲାର ୩୫୯ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ଏବଂ ୧୧,୮୮୬ ଗଭୀର ନଳକୂପ ପ୍ରକଳ୍ପ ଆରମ୍ଭ କରିବା ପ୍ରକ୍ରିୟା ତ୍ୱାରାନ୍ୱିତ ହୋଇଛି । ବିଭାଗୀୟ ମନ୍ତ୍ରୀ ଭାବେ ମୁଁ ବ୍ୟକ୍ତିଗତ ଭାବେ ଏହି ସବୁ ପ୍ରକଳ୍ପକୁ ସମୀକ୍ଷା କରୁଛି ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri