ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ବ ଚାଷୀଙ୍କର ହୋଇଛି କ୍ଷତି

ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଉପସ୍ଥିତ କୃଷକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର । ସେମାନେ ସମସ୍ତଙ୍କ ମୁହଁରେ ଆହାର ଯୋଗାଉଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆପଣମାନଙ୍କୁ ଅନ୍ନଦାତା ଭାବେ ସମ୍ମାନିତ କରି ଆସିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି । କୃଷକମାନଙ୍କ ସୁଖଦୁଃଖରେ ଆମ ସରକାର ଅଛନ୍ତି । ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରି ଆମ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ରୁ ଅଧିକ ଟଙ୍କା ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ।

ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ, ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲ ଗୁଡିକୁ କଂକ୍ରିଟ୍ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ । ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳର ସୁବ୍ୟବହାର, ଜଳ ବଣ୍ଟନରେ ସମତା ଏବଂ ଚାଷୀର ଜମିକୁ ପର୍ଯ୍ୟାପ୍ତ ଜଳ ସେଚନର ବ୍ୟବସ୍ଥା ସୁନିଶ୍ଚିତ କରିବା ଆମର ପ୍ରାଥମିକତା । ଏ ଦିଗରେ ପାଣି ପଞ୍ଚାୟତର ବଡ ଭୂମିକା ରହିଛି । ରାଜ୍ୟରେ ବର୍ତ୍ତମାନ ୩୯ ହଜାର ରୁ ଅଧିକ ପାଣି ପଞ୍ଚାୟତ ଜଳ ପରିଚାଳନାର ନେତୃତ୍ୱ ନେଉଛନ୍ତି । ଏହା ଦ୍ୱାରା ଜଳ ପରିଚାଳନାରେ ସମସ୍ତଙ୍କର ସହଭାଗିତା ରହିପାରୁଛି ଓ ଜଳର ଅପଚୟ ମଧ୍ୟ ରୋକା ଯାଇ ପାରୁଛି ।

ରାଜ୍ୟରେ ଜଳ ସମ୍ପଦର ବିକାଶ ପାଇଁ ଚଳିତ ବର୍ଷର ବଜେଟରେ ୧୩,୨୨୩ କୋଟି ରୁ ଅଧିକ ଟଙ୍କା ପ୍ରାବଧାନ କରାଯାଇଛି । ଚଳିତ ବଜେଟରେ ନୟାଗଡ ଜିଲାରେ ବୃତଙ୍ଗ ଜଳସେଚନ ପ୍ରକଳ୍ପ, ଗଂଜାମ ଜିଲାର ପିପଳପଙ୍କ ପ୍ରକଳ୍ପ, ବଲାଙ୍ଗିର ଜିଲାର ଉପର ଲାନ୍ଥ ଜଳସେଚନ ପ୍ରକଳ୍ପ, ଅନୁଗୁଳ ଜିଲ୍ଲାର ସମାକୋଇ ବ୍ୟାରେଜ ପ୍ରକଳ୍ପ, ବରଗଡ ଜିଲାର ୩ଟି ଓ ନୂଆପଡା ଜିଲାର ୭ଟି ଉଠାଜଳସେଚନ ପ୍ରକଳ୍ପ, କଳାହାଣ୍ଡି ଜିଲାର ୩ଟି ଓ ନୂଆପଡା ଜିଲାରେ ୨ଟି ଏମ.ଆଇ.ପି., କଳାହାଣ୍ଡି, ବଲାଙ୍ଗିର, ବରଗଡ ଓ ନୂଆପଡା ଜିଲାର ୩୫୯ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ଏବଂ ୧୧,୮୮୬ ଗଭୀର ନଳକୂପ ପ୍ରକଳ୍ପ ଆରମ୍ଭ କରିବା ପ୍ରକ୍ରିୟା ତ୍ୱାରାନ୍ୱିତ ହୋଇଛି । ବିଭାଗୀୟ ମନ୍ତ୍ରୀ ଭାବେ ମୁଁ ବ୍ୟକ୍ତିଗତ ଭାବେ ଏହି ସବୁ ପ୍ରକଳ୍ପକୁ ସମୀକ୍ଷା କରୁଛି ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ିସୂତାରେ କଟି ୨ ଜଣ ଆହତ

କଟକ,୧୪ା୧(କାର୍ତ୍ତିକ ସାହୁ) ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ...

ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ।  ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି।...

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା...

Featured Video Play Icon

ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।

ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…

ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ...

କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ

ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ...

ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ

ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି...

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri