ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ୟାସ୍‌ର ପ୍ରଭାବରୁ ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସଂଖ୍ୟାରେ ହ୍ରାସ ଘଟିଛି। କାରଣ ଗତକାଲି ସ୍ବାଭାବିକ ଭାବେ ରାଜ୍ୟରେ ଟେଷ୍ଟିଂ ହୋଇପାରି ନ ଥିବା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ ୬,୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩,୭୭୪ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୨,୯୬୨ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଅନୁଗୋଳ ଜିଲାରୁ ୭୮୮, ସୁନ୍ଦରଗଡ଼ରୁ ୭୨୦, ଖୋର୍ଦ୍ଧାରୁ ୫୧୭ ଓ କଟକରୁୁ ୩୬୨ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୭୧, ବରଗଡ଼ ୪୦୫, ଭଦ୍ରକ ୨୦୬, ବଲାଙ୍ଗୀର ୧୪୪, ବୌଦ୍ଧ ୨୬୨, ଦେବଗଡ଼ ୬୪, ଢ଼େଙ୍କାନାଳ ୧୭୮, ଗଜପତି ୮୦, ଗଞ୍ଜାମ ୧୯୬, ଜଗତସିଂହପୁର ୧୦୬, ଯାଜପୁର ୩୭୪, ଝାରସୁଗୁଡ଼ା ୧୨୦, କଳାହାଣ୍ଡି ୨୪୧, କନ୍ଧମାଳ ୮୫, କେନ୍ଦ୍ରାପଡ଼ା ୨୪, କେନ୍ଦୁଝର ୨୪, କୋରାପୁଟ ୨୧୯, ମାଲକାନଗିରି ୯୮, ମୟୁରଭଞ୍ଜ ୩୪, ନବରଙ୍ଗପୁର ୨୮୨, ନୟାଗଡ଼ ୨୦୭, ନୂଆପଡ଼ା ୪୮, ପୁରୀ ୨୬୫, ରାୟଗଡ଼ା ୧୨୩, ସମ୍ବଲପୁର ୩୦୯, ସୋନପୁର ୮୨ ଓ ଷ୍ଟେଟ ପୁଲରୁ ୧୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୨,୭୩୯ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୨୩,୬୨୮ଜଣ ସୁସ୍ଥ ହୋଇଥିବା ବେଳେ ୧,୦୬,୪୪୦ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri