ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ୟାସ୍‌ର ପ୍ରଭାବରୁ ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସଂଖ୍ୟାରେ ହ୍ରାସ ଘଟିଛି। କାରଣ ଗତକାଲି ସ୍ବାଭାବିକ ଭାବେ ରାଜ୍ୟରେ ଟେଷ୍ଟିଂ ହୋଇପାରି ନ ଥିବା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ ୬,୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩,୭୭୪ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୨,୯୬୨ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଅନୁଗୋଳ ଜିଲାରୁ ୭୮୮, ସୁନ୍ଦରଗଡ଼ରୁ ୭୨୦, ଖୋର୍ଦ୍ଧାରୁ ୫୧୭ ଓ କଟକରୁୁ ୩୬୨ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୭୧, ବରଗଡ଼ ୪୦୫, ଭଦ୍ରକ ୨୦୬, ବଲାଙ୍ଗୀର ୧୪୪, ବୌଦ୍ଧ ୨୬୨, ଦେବଗଡ଼ ୬୪, ଢ଼େଙ୍କାନାଳ ୧୭୮, ଗଜପତି ୮୦, ଗଞ୍ଜାମ ୧୯୬, ଜଗତସିଂହପୁର ୧୦୬, ଯାଜପୁର ୩୭୪, ଝାରସୁଗୁଡ଼ା ୧୨୦, କଳାହାଣ୍ଡି ୨୪୧, କନ୍ଧମାଳ ୮୫, କେନ୍ଦ୍ରାପଡ଼ା ୨୪, କେନ୍ଦୁଝର ୨୪, କୋରାପୁଟ ୨୧୯, ମାଲକାନଗିରି ୯୮, ମୟୁରଭଞ୍ଜ ୩୪, ନବରଙ୍ଗପୁର ୨୮୨, ନୟାଗଡ଼ ୨୦୭, ନୂଆପଡ଼ା ୪୮, ପୁରୀ ୨୬୫, ରାୟଗଡ଼ା ୧୨୩, ସମ୍ବଲପୁର ୩୦୯, ସୋନପୁର ୮୨ ଓ ଷ୍ଟେଟ ପୁଲରୁ ୧୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୨,୭୩୯ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୨୩,୬୨୮ଜଣ ସୁସ୍ଥ ହୋଇଥିବା ବେଳେ ୧,୦୬,୪୪୦ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri