ବର୍ଷକୁ ପ୍ରଦୂଷଣରେ ୭ ନିୟୁତରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ

ଭୁବନେଶ୍ୱର, ୮।୪ (ବ୍ୟୁରୋ): ରୋଗମୁକ୍ତ, ସୁସ୍ଥ ଜୀବନଯାପନ କରିବା ସମସ୍ତଙ୍କର ସ୍ବପ୍ନ। ମାତ୍ର ବିଭିନ୍ନ ପ୍ରଦୂଷଣର ପରିଣାମ ସ୍ବରୂପ, ଆମେ ବିବିଧ ସ୍ବାସ୍ଥ୍ୟ ସମସ୍ୟା ଏବଂ ରୋଗର ସମ୍ମୁଖୀନ ହେଉଛୁ। ଦୁନିଆର ପ୍ରତି ୧୦ଜଣଙ୍କ ମଧ୍ୟରୁ ୯ଜଣ ପ୍ରଦୂଷିତ ବାୟୁକୁ ନିଃଶ୍ୱାସରେ ଗ୍ରହଣ କରୁଛନ୍ତି। ସେହିପରି ପ୍ରତିବର୍ଷ ବିଶ୍ୱରେ ୭ ନିୟୁତରୁ ଅଧିକ ଲୋକଙ୍କ ମୃତ୍ୟୁ ପାଇଁ ଏପରି ପ୍ରଦୂଷଣ ସିଧାସଳଖ ଦାୟୀ। ଏକ ବିଶ୍ୱସ୍ତରୀୟ ଅଧ୍ୟୟନରୁ ପ୍ରକାଶ ଯେ, ୨୦୧୯ରେ ପ୍ରାୟ ୨୩ ଲକ୍ଷ ଲୋକଙ୍କ ଅକାଳ, ପ୍ରଦୂଷଣଜନିତ ମୃତ୍ୟୁ ସହ ଭାରତ ବିଶ୍ୱର ଶୀର୍ଷରେ ରହିଥିଲା। ଏଥିମଧ୍ୟରୁ ପ୍ରାୟ ୧୨.୪ ଲକ୍ଷ ମୃତ୍ୟୁ କେବଳ ବାୟୁ ପ୍ରଦୂଷଣରୁ ଘଟିଛି ବୋଲି ମତ ପ୍ରକାଶ ପାଇଛି।
ପରିବେଶ ସମିତି ଓ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଭେଷଜ ବିଶେଷଜ୍ଞ ତଥା କର କ୍ଲିନିକ ଓ ହସ୍ପିଟାଲର ଡା. ନୀରୋଜ କୁମାର ମିଶ୍ର ଯୋଗଦେଇ, ବର୍ତ୍ତମାନର ସ୍ବାସ୍ଥ୍ୟ ପରିସ୍ଥିତି ଏକ ଦୁଃଖଦ ଚିତ୍ର ଉପସ୍ଥାପନ କରୁଛି ବୋଲି ଚିନ୍ତା ପ୍ରକଟ କରିଥିଲେ। ଓଇଏସ ଉପସଭାପତି ଡ. ବିଜୟ କେତନ ପଟ୍ଟନାୟକ ଅଧ୍ୟକ୍ଷତା କରି ସ୍ବାସ୍ଥ୍ୟ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା, ସୁସ୍ଥ ଜୀବନଶୈଳୀ ବଜାୟ ରଖିବା ଏବଂ ପରିବେଶର ସୁରକ୍ଷା ପାଇଁ ଉପଯୁକ୍ତ କାର୍ଯ୍ୟକ୍ରମ ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ରୂପେ ଯୋଗଦେଇ ବିଜ୍ଞାନ କେନ୍ଦ୍ରର ସଂଯୋଜକ ଇଂ. ସୌମେନ ଘୋଷ କହିଲେ, ଯେ ପର୍ଯ୍ୟନ୍ତ ପ୍ରକୃତିର ଉପଯୁକ୍ତ ଯତ୍ନ ନିଆଯିବ ସେ ପର୍ଯ୍ୟନ୍ତ ମାନବଜାତି ପୃଥିବୀପୃଷ୍ଠରେ ତିଷ୍ଠି ରହିବ। ଓଇଏସ ସମ୍ପାଦକ ଡ. ଜୟକୃଷ୍ଣ ପାଣିଗ୍ରାହୀ ସ୍ବାଗତ ଭାଷଣ ଦେଇଥିଲେ। ଉପସଭାପତି ଡ. ଲାଲା ଏ.କେ. ସିଂହ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଜ୍ଞାନ କେନ୍ଦ୍ରର ଶିକ୍ଷା ଅଧିକାରୀ ହିମାଂଶୁ ଶେଖର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri