ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ ନମାଜ ପାଠ କରିଛନ୍ତି। ଦୀର୍ଘ ଗୋଟିଏ ମାସ ରୋଜା ବା ଉପବାସ ରଖିବା ପରେ ଇଦ୍‌ ପାଳନ କରିଛନ୍ତି।

ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଛନ୍ତି। ଭଦ୍ରକ ସହର ୩୬ଟି ମସ୍‌ଜିଦରେ ଶ୍ରଦ୍ଧାଳୁମାନେ ନୂଆ ବସ୍ତ୍ର ପରିଧାନ କରି ମହାଆଡ଼ମ୍ବରରେ ସହକାରେ ପାଳନ କରୁଛନ୍ତି ଇଦ୍‌। ଏହି ଅବସରରେ ଭଦ୍ରକ ସହରର କୁଅଁlସ ଇଦ୍‌ଗାହା ପରିସରରେ ୭ ହଜାରରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁମାନେ ସମୂହ ନମାଜ ପାଠ, କୋରାନ ପାଠ କରିବା ସହ ପରସ୍ପରକୁ ଇଦ୍‌ ମୁବାରକ ଜଣାଇଛନ୍ତି। ଏହି ପବିତ୍ର ପର୍ବକୁ ମୁସ୍‌ଲିମ୍‌ ଧର୍ମାବଲମ୍ବୀମାନେ ଦୀର୍ଘ ଗୋଟିଏ ମାସ ରୋଜା ବା ଉପବାସ ରଖିବା ସହ ଦାନ ଧର୍ମ କରି ରମଜାନ ମାସକୁ ବେଶ ନିଷ୍ଠାର ସହ ପାଳନ କରିଛନ୍ତି। ତେବେ ଭଦ୍ରକରେ ଏହି ପର୍ବକୁ ଭାଇଚାରା ରୀତିରେ ଅନୁଷ୍ଠିତ ହେଉଥିବା ବେଳେ ହିନ୍ଦୁ ଓ ମୁସ୍‌ଲିମ ସମ୍ପ୍ରଦାୟର ଲୋକମାନେ ଏହି ପର୍ବରେ ସାମିଲ ହୋଇ ପରସ୍ପରକୁ ଜଣାଇଛନ୍ତି ଇଦ୍‌ ମୁବାରକ। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରଫୁଲ୍ଲ ସାମଲ, କଂଗ୍ରେସ ନେତା ନଳିନୀ ମହାନ୍ତି, ପଞ୍ଚାନନ ମଣ୍ଡଳ, ଯୁବନେତା ଅସିତ ପଟ୍ଟନାୟକ, ଜ୍ୟୋତି ପ୍ରକାଶ ମହାନ୍ତିଙ୍କ ସମେତ ନେତୃ ମଣ୍ଡଳୀ ପହଞ୍ଚି ଇଦ୍‌ ମୁବାରକ ଜଣାଇଥିଲେ। ସେହିପରି ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର, ଏସ୍‌ପି ବରୁଣ ଗୁଣ୍ଟୁପାଲି, ସିଟି ଡିଏସ୍‌ପି ଅଂଶୁମାନ ଦ୍ବିବେଦୀ, ଟାଉନ ଥାନାଧିକାରୀ ବୀରେନ୍ଦ୍ର ସେନାପତି ଉପସ୍ଥିତ ରହି ଶାନ୍ତିଶୃଙ୍ଖଳା ଉପରେ ନଜର ରଖିଥିଲେ। ସହରରେ ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri