୭୦ରୁ ଅଧିକ ତାଲିବାନ୍‌ କମାଣ୍ଡର-୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

କାବୁଲ,୧୬।୧୧: ଆଫଗାନିସ୍ତାନରେ ଗତ ୨୫ ଦିନ ମଧ୍ୟରେ ୭୦ରୁ ଅଧିକ ତାଲିବାନ କମାଣ୍ଡର ଏବଂ ୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନରେ ଏହି ସଫଳତା ମିଳିଛି। ହେଲମଣ୍ଡରେ ୨୦ ଜଣ କମାଣ୍ଡର ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି। ପ୍ରତି କମାଣ୍ଡର ୪୫ରୁ ୧୦୦ ଜଣିଆ ଆତଙ୍କବାଦୀ ଦଳର ନେତୃତ୍ୱ ନେଉଥିଲେ। ସେହିପରି କାନ୍ଧାହାରରେ ୪୦ ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ଘଟିଥିବା ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପ୍ରବକ୍ତା ତାରିକ୍‌ ଆରିଆନ୍‌ ଏସମ୍ପର୍କରେ ପ୍ରକାଶ କରିଛନ୍ତି। ହେଲମଣ୍ଡରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଉରୁଜ୍‌ଗାନ୍‌, କାନ୍ଧାହାର ଏବଂ ଘଜ୍‌ନୀରୁ ଆସିଥିବା ୧୦ ଜଣ କମାଣ୍ଡର ମଧ୍ୟ ମୃତକଙ୍କ ମଧ୍ୟରେ ରହିଛନ୍ତି। ସର୍ଚ୍ଚ ଅପରେଶନ୍‌ରେ ୧୩୪ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଥିବାବେଳେ ୨୮୯ରୁ ଅଧିକ ଆହତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri