ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୧୩୪, କଟକରୁୁ ୬୯୦ ଓ ଅନୁଗୋଳରୁ ୫୧୫ରହିଛନ୍ତି। ସେହିପରି ବାଲେଶ୍ୱରରୁ ୧୦୩, ବରଗଡ଼ ୨୭୧, ଭଦ୍ରକ ୮୯, ବଲାଙ୍ଗୀର ୯୩, ବୌଦ୍ଧ ୨୫୭, ଦେବଗଡ଼ ୬୧, ଢ଼େଙ୍କାନାଳ ୨୫୫, ଗଜପତି ୧୦୬, ଗଞ୍ଜାମ ୧୬୩, ଜଗତସିଂହପୁର ୧୫୪, ଯାଜପୁର ୪୦୬, ଝାରସୁଗୁଡ଼ା ୧୧୪, କଳାହାଣ୍ଡି ୧୭୭, କନ୍ଧମାଳ ୫୪, କେନ୍ଦ୍ରାପଡ଼ା ୭୫, କେନ୍ଦୁଝର ୫୭, କୋରାପୁଟ ୨୪୨, ମାଲକାନଗିରି ୯୨, ମୟୁରଭଞ୍ଜ ୩୨୦, ନବରଙ୍ଗପୁର ୨୧୬, ନୟାଗଡ଼ ୨୦୭, ନୂଆପଡ଼ା ୬୨, ପୁରୀ ୪୫୭, ରାୟଗଡ଼ା ୧୬୫, ସମ୍ବଲପୁର ୧୨୦, ସୋନପୁର ୧୨୯, ସୁନ୍ଦରଗଡ଼ ୧୭୨ ଓ ଷ୍ଟେଟ ପୁଲରୁ ୧୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୪୭,୧୪୩ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୪୭,୧୩୩ଜଣ ସୁସ୍ଥ ହୋଇଥିବା ବେଳେ ୯୭,୨୭୧ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?