୭ ଦିନରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନରେ ଦେଶରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ପ୍ରତି ଦିନ ମୃତ୍ୟୁ ସଂଖ୍ୟା ହଜାରେରୁ ଅଧିକ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫ ହଜାର ୮୦୯ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୧୩୩ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୮୦ ହଜାର ୪୨୩ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୨ହଜାର ୭୭୫ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୩ ଲକ୍ଷ ୨୩ ହଜାର ୯୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଲକ୍ଷ ୮୩ ହଜାର ୬୯୭ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୭ ସୁଦ୍ଧା ଦେଶରେ ୫ କୋଟି ୬ ଲକ୍ଷ ୫୦ ହଜାର ୧୨୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସୋମବାର ୧୦ ଲକ୍ଷ ୯୮ ହଜାର ୬୨୧ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଭାରତରେ ସଂକ୍ରମଣ ହାର ଆମେରିକାଠାରୁ ୩ ଗୁଣା ଅଧିକ ବେଗରେ ବୃଦ୍ଧି ପାଉଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେବା ସହିତ ସରକାରଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri