୭ ଦିନରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନରେ ଦେଶରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ପ୍ରତି ଦିନ ମୃତ୍ୟୁ ସଂଖ୍ୟା ହଜାରେରୁ ଅଧିକ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫ ହଜାର ୮୦୯ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୧୩୩ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୮୦ ହଜାର ୪୨୩ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୨ହଜାର ୭୭୫ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୩ ଲକ୍ଷ ୨୩ ହଜାର ୯୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଲକ୍ଷ ୮୩ ହଜାର ୬୯୭ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୭ ସୁଦ୍ଧା ଦେଶରେ ୫ କୋଟି ୬ ଲକ୍ଷ ୫୦ ହଜାର ୧୨୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସୋମବାର ୧୦ ଲକ୍ଷ ୯୮ ହଜାର ୬୨୧ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଭାରତରେ ସଂକ୍ରମଣ ହାର ଆମେରିକାଠାରୁ ୩ ଗୁଣା ଅଧିକ ବେଗରେ ବୃଦ୍ଧି ପାଉଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେବା ସହିତ ସରକାରଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri