ରାଜଧାନୀରେ ୭୫ରୁ ଊର୍ଦ୍ଧ୍ୱ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ, ଟ୍ରାଫିକ ଡିସିପି ଠାକୁର ପାତ୍ର ଏବଂ ଅନ୍ୟ ଅଧିକାରୀଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସୁଚାରୁରୂପେ କାର୍ଯ୍ୟ ସମ୍ପାଦନ କରିବାକୁ ପୋଲିସ କର୍ମଚାରୀଙ୍କୁ କମିଶନର ପରାମର୍ଶ ଦେଇଥିଲେ। ପରେ ଖବରଦାତା ସମ୍ମିଳନୀରେ କମିଶନର କହିଥିଲେ, ବିଶ୍ୱକପ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଖେଳାଳି ତଥା ଦର୍ଶକମାନେ ଭୁବନେଶ୍ୱରରେ ପହଞ୍ଚିବା ପରଠାରୁ ସେମାନଙ୍କ ସୁରକ୍ଷା, ହୋଟେଲରେ ରହଣି, ଷ୍ଟାଡିୟମକୁ ଆସିବା ପରେ ପୁଣି ଫେରିବା ଇତ୍ୟାଦିକୁ ସୁରକ୍ଷିତ ଓ ଶୃଙ୍ଖଳିତ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ସ୍ଥାନରେ ପୋଲିସ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସହରରେ ୭୫ରୁ ୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏଥିସହ ୪୦୦ ଅଧିକାରୀ ଦାୟିତ୍ୱରେ ରହିବେ। ସେ ଆହୁରି କହିଥିଲେ, ସୁରକ୍ଷାକୁ ନେଇ ଭିନ୍ନ ଭିନ୍ନ ୭ଟି ଦିଗକୁ ନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଉକ୍ତ ଦିଗଗୁଡ଼ିକ ହେଲା ଆଇନ ଶୃଙ୍ଖଳାର ପରିଚାଳନା, ମ୍ୟାଚ୍‌ ଅଧିକାରୀ, ଗଣମାଧ୍ୟମ ଓ ବିଦେଶୀ ଗଣମାଧ୍ୟମ କର୍ମଚାରୀଙ୍କ ସୁରକ୍ଷା, ଭିଆଇପିଙ୍କ ସୁରକ୍ଷା, ଦର୍ଶକଙ୍କ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ, ପର୍ଯ୍ୟଟନସ୍ଥଳୀଗୁଡ଼ିକର ସୁରକ୍ଷା, ଟ୍ରାଫିକ ଓ ରାସ୍ତା ନିୟନ୍ତ୍ରଣ, ସହରରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକର ସ୍ଥାନ ପ୍ରତି ଧ୍ୟାନ ଦିଆଯାଇଛି ବୋଲି ସେ କହିଥିଲେ। ଏହି ଅବସରରେ ଏକ ଡିଜିଟାଲ ଇନ୍‌ଫରମେଶନ୍‌ ବୁକ୍‌ଲେଟ୍‌କୁ କମିଶନର ଉନ୍ମୋଚନ କରିଥିଲେ। ଏଥିରେ ହକି ବିଶ୍ୱକପ୍‌ରେ ସୁରକ୍ଷା ବ୍ୟବସ୍ଥା, ପାର୍କିଂ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ବନ୍ଧରେ ସୂଚନା ରହିଛି। ସେହିପରି ଏକ ଲୋଗୋ ଉନ୍ମୋଚନ କରାଯାଇଥିଲା। ଏହି ଲୋଗୋର ମୋଟୋ ରହିଛି ‘ଇନ୍‌ ଖାକି ଫର୍‌ ହକି’। ଏହି ଲୋଗୋକୁ ବ୍ୟାଜ୍‌ ଭାବେ ପୋଲିସ କର୍ମଚାରୀମାନେ ନିଜ ଖାକି ପୋଷାକରେ ଲଗାଇ କାର୍ଯ୍ୟ ସମ୍ପାଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?