ରାଜଧାନୀରେ ୭୫ରୁ ଊର୍ଦ୍ଧ୍ୱ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ, ଟ୍ରାଫିକ ଡିସିପି ଠାକୁର ପାତ୍ର ଏବଂ ଅନ୍ୟ ଅଧିକାରୀଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସୁଚାରୁରୂପେ କାର୍ଯ୍ୟ ସମ୍ପାଦନ କରିବାକୁ ପୋଲିସ କର୍ମଚାରୀଙ୍କୁ କମିଶନର ପରାମର୍ଶ ଦେଇଥିଲେ। ପରେ ଖବରଦାତା ସମ୍ମିଳନୀରେ କମିଶନର କହିଥିଲେ, ବିଶ୍ୱକପ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଖେଳାଳି ତଥା ଦର୍ଶକମାନେ ଭୁବନେଶ୍ୱରରେ ପହଞ୍ଚିବା ପରଠାରୁ ସେମାନଙ୍କ ସୁରକ୍ଷା, ହୋଟେଲରେ ରହଣି, ଷ୍ଟାଡିୟମକୁ ଆସିବା ପରେ ପୁଣି ଫେରିବା ଇତ୍ୟାଦିକୁ ସୁରକ୍ଷିତ ଓ ଶୃଙ୍ଖଳିତ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ସ୍ଥାନରେ ପୋଲିସ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସହରରେ ୭୫ରୁ ୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏଥିସହ ୪୦୦ ଅଧିକାରୀ ଦାୟିତ୍ୱରେ ରହିବେ। ସେ ଆହୁରି କହିଥିଲେ, ସୁରକ୍ଷାକୁ ନେଇ ଭିନ୍ନ ଭିନ୍ନ ୭ଟି ଦିଗକୁ ନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଉକ୍ତ ଦିଗଗୁଡ଼ିକ ହେଲା ଆଇନ ଶୃଙ୍ଖଳାର ପରିଚାଳନା, ମ୍ୟାଚ୍‌ ଅଧିକାରୀ, ଗଣମାଧ୍ୟମ ଓ ବିଦେଶୀ ଗଣମାଧ୍ୟମ କର୍ମଚାରୀଙ୍କ ସୁରକ୍ଷା, ଭିଆଇପିଙ୍କ ସୁରକ୍ଷା, ଦର୍ଶକଙ୍କ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ, ପର୍ଯ୍ୟଟନସ୍ଥଳୀଗୁଡ଼ିକର ସୁରକ୍ଷା, ଟ୍ରାଫିକ ଓ ରାସ୍ତା ନିୟନ୍ତ୍ରଣ, ସହରରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକର ସ୍ଥାନ ପ୍ରତି ଧ୍ୟାନ ଦିଆଯାଇଛି ବୋଲି ସେ କହିଥିଲେ। ଏହି ଅବସରରେ ଏକ ଡିଜିଟାଲ ଇନ୍‌ଫରମେଶନ୍‌ ବୁକ୍‌ଲେଟ୍‌କୁ କମିଶନର ଉନ୍ମୋଚନ କରିଥିଲେ। ଏଥିରେ ହକି ବିଶ୍ୱକପ୍‌ରେ ସୁରକ୍ଷା ବ୍ୟବସ୍ଥା, ପାର୍କିଂ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ବନ୍ଧରେ ସୂଚନା ରହିଛି। ସେହିପରି ଏକ ଲୋଗୋ ଉନ୍ମୋଚନ କରାଯାଇଥିଲା। ଏହି ଲୋଗୋର ମୋଟୋ ରହିଛି ‘ଇନ୍‌ ଖାକି ଫର୍‌ ହକି’। ଏହି ଲୋଗୋକୁ ବ୍ୟାଜ୍‌ ଭାବେ ପୋଲିସ କର୍ମଚାରୀମାନେ ନିଜ ଖାକି ପୋଷାକରେ ଲଗାଇ କାର୍ଯ୍ୟ ସମ୍ପାଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri