ଡକସୁରୀ ଝଡ଼ରେ ୮ ଲକ୍ଷରୁ ଅଧିକ ପ୍ରଭାବିତ, ୩୦ ହଜାରରୁ ଅଧିକ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

ବେଜିଂ,୧।୮ : ଉତ୍ତର ଚାଇନାର କେତେକ ସ୍ଥାନରେ ଭୟଙ୍କର ଡକସୁରୀ ଝଡ଼ର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ ବନ୍ୟାରେ ଖେଳନା ପରି ବହୁ ଭାରୀ ଯାନ ମଧ୍ୟ ଧୋଇ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ଏହି ଝଡ଼ରେ ୮ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ବେଜିଂର ପୂର୍ବ ଭାଗରେ ହଜାର ହଜାର ଲୋକଙ୍କୁ ନିଜ ଘର ଛାଡିବାକୁ ପଡିଛି।

ବେଜିଂର ସୁରକ୍ଷିତ ସ୍ଥାନକୁ ୩୦ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଚାଇନା ପାଣିପାଗ ବିଭାଗ ଅନେକ ପ୍ରଦେଶରେ ବର୍ଷା ସମ୍ପର୍କରେ ସତର୍କ ସୂଚନା ଜାରି କରିଛି। ବନ୍ୟା ପରିସ୍ଥିତି ମଧ୍ୟରେ ଘରେ ରହିବାକୁ ଲୋକଙ୍କୁ ଅଧିକାରୀମାନେ ଚେତାବନୀ ଦେଇଛନ୍ତି। ବନ୍ୟା ଯୋଗୁଁ ବସ ସେବା ମଧ୍ୟ ସ୍ଥଗିତ ରହିଛି। ଏହି ଘୂର୍ଣ୍ଣିବଳୟ ବହୁ ଯାନବାହାନ ଭାସି ଯାଇଛି। ବହୁ ମେଟ୍ରୋ ଷ୍ଟେଶନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ବେଜିଂର ପଶ୍ଚିମ ମେଣ୍ଟୁଗୋ ଜିଲାର ଏକ ଭାଇରାଲ ଭିଡିଓରେ ଅନେକ କାର୍‌ ବନ୍ୟା ଜଳ ଦ୍ୱାରା ଭାସି ଯାଉଥିବାର ଦେଖିବାକୁ ମିଳିଛି।

କ୍ୟାପିଟାଲ ଅନ୍ତର୍ଜାତୀୟ ବିମାନବନ୍ଦର ଅଧିକାରୀଙ୍କ ଅନୁଯାୟୀ ରବିବାର ଦିନ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ୫୨ ଟି ବିମାନ ବାତିଲ କରାଯାଇଛି। ରାତି ୧୦ ଟା ସୁଦ୍ଧା ତିୟାନଜିନ ବିମାନବନ୍ଦର ୪୨ ବିମାନକୁ ବାତିଲ କରିଦେଇଛି। ଏଥି ସହିତ ବେଜିଂ ଏବଂ ଗୁଆଙ୍ଗଜୋ ମଧ୍ୟରେ ଚାଲୁଥିବା ଟ୍ରେନ କିଛି ସମୟ ବିଳମ୍ବ ହୋଇଥିଲା।

ଫୁଜିଆନ ପ୍ରଦେଶରେ ୬,୩୩୩ ହେକ୍ଟରରୁ ଅଧିକ କୃଷି ଜମି ପ୍ରଭାବିତ ହୋଇଛି । ଏଥିସହ ୧୫୧ ହେକ୍ଟରରୁ ଅଧିକ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମୋଟ ୪୪ ଟି ଘର ଭୁଶୁଡି ପଡିଛି ଏବଂ ୧୭୮ ଟି ଘର ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏପର୍ଯ୍ୟନ୍ତ ମୋଟ ୪୨୮ ନିୟୁତ ୟୁଆନର ଆର୍ଥିକ କ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri