ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୯୪୮ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୩,୮୯୧ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୩୫, କଟକରୁୁ ୭୬୯ ଓ ମୟୁରଭଞ୍ଜରୁ ୫୮୩ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୧୪, ବାଲେଶ୍ୱର ୩୯୫, ବରଗଡ଼ ୧୯୩, ଭଦ୍ରକ ୪୧୯, ବଲାଙ୍ଗୀର ୮୯, ବୌଦ୍ଧ ୧୭୯, ଦେବଗଡ଼ ୮୪, ଢ଼େଙ୍କାନାଳ ୫୧୦, ଗଜପତି ୫୨, ଗଞ୍ଜାମ ୧୯୬, ଜଗତସିଂହପୁର ୩୧୭, ଯାଜପୁର ୪୯୩, ଝାରସୁଗୁଡ଼ା ୧୨୧, କଳାହାଣ୍ଡି ୧୪୫, କନ୍ଧମାଳ ୫୮, କେନ୍ଦ୍ରାପଡ଼ା ୩୦୨, କେନ୍ଦୁଝର ୧୮୮, କୋରାପୁଟ ୯୯, ମାଲକାନଗିରି ୮୫, ନବରଙ୍ଗପୁର ୧୨୯, ନୟାଗଡ଼ ୨୪୬, ନୂଆପଡ଼ା ୩୪, ପୁରୀ ୪୩୮, ରାୟଗଡ଼ା ୨୧୬, ସମ୍ବଲପୁର ୧୯୪, ସୋନପୁର ୧୧୮, ସୁନ୍ଦରଗଡ଼ ୩୩୮ ଓ ଷ୍ଟେଟ ପୁଲରୁ ୨୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୦,୯୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୦୨,୬୨୧ଜଣ ସୁସ୍ଥ ହୋଇଥିବା ବେଳେ ୮୫,୪୨୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?