Posted inଜାତୀୟ

୫ ବର୍ଷରେ ୮୦ ହଜାରରୁ ଅଧିକ ଜୀବନ୍ତ ଦଗ୍ଧ , ମଧ୍ୟପ୍ରଦେଶରେ ସର୍ବାଧିକ, ଦ୍ୱିତୀୟରେ ଓଡ଼ିଶା…

ନୂଆଦିଲ୍ଲୀ ୧୪।୫ : ଶୁକ୍ରବାର ସାରେ ରାଜଧାନୀ ଦିଲ୍ଲୀର ମୁଣ୍ଡକା ଅଞ୍ଚଳର ଏକ ତିନି ମହଲା କୋଠାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୫୦ ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ୧୨ ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଦୁଇଜଣ ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟ ମୃତ୍ୟୁ ଘଟିଛି।

ଅଗ୍ନିକାଣ୍ଡ ଯୋଗୁଁ ଜୀବନ୍ତ ଦଗ୍ଧ ହେବା ପ୍ରଥମ ଘଟଣା ନୁହେଁ । ଏହାପୂର୍ବରୁ ୧୩ ମେ‘ରେ ଶ୍ରୀ ମାତା ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିବା ପରେ ଫେରୁଥିବା ଯାତ୍ରୀଙ୍କ ବସ୍‌ରେ ନିଆଁ ଲାଗିଯାଇଥିଲା। ଏଥିରେ ଚାରିଜଣ ଜୀବନ୍ତ ଦଗ୍ଧ ହୋଇଥିଲେ। ଅନ୍ୟ ୨୪ ଜଣ ଗୁରୁତର ଆହତ ହୋଇଥିଲେ।

ପରିସଂଖ୍ୟାନ ଦର୍ଶାଏ ଯେ ଗୋଟିଏ ବର୍ଷ ମଧ୍ୟରେ ୧୧ ହଜାରରୁ ଅଧିକ ଏଭଳି ମାମଲା ରୁଜୁ ହୋଇଛି ଯେଉଁଥିରେ ନଅ ହଜାରରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗତ ୫ ବର୍ଷ ମଧ୍ୟରେ ୮୦ ହଜାରରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଛନ୍ତି।

ନ୍ୟାଶନାଲ କ୍ରାଇମ ରେକର୍ଡସ ବ୍ୟୁରୋର ୱେବସାଇଟ ଅନୁସାରେରେ, ୨୦୧୫ ରୁ ୨୦୨୦ ପର୍ଯ୍ୟନ୍ତ ତଥ୍ୟ ପ୍ରଦାନ କରାଯାଇଛି। ୨୦୨୧ ପାଇଁ ତଥ୍ୟ ଏପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ।

୨୦୧୫ ରୁ ୨୦୨୦ ପାଞ୍ଚ ବର୍ଷ ମଧ୍ୟରେ ଅଗ୍ନିକାଣ୍ଡ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ସଂଖ୍ୟା ଅତ୍ୟନ୍ତ ଅଧିକ। ରିପୋର୍ଟ ଅନୁଯାୟୀ, ୨୦୧୫ ରୁ ୨୦୨୦ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ୮୨ ହଜାର ୭ ଟି ଅଗ୍ନିକାଣ୍ଡ ଘଟିଛି। ଏଥିମଧ୍ୟରେ ୮୦ ହଜାର ୨୪୨ ଜଣଙ୍କର ମୃତ୍ୟୁ ଘଟିଛି। ୨୦୨୦ରେ, ସାରା ଦେଶରେ ୯,୩୨୯ ଅଗ୍ନିକାଣ୍ଡ ଘଟିଥିଲା। ସେଥିରେ ୯,୧୧୦ ଲୋକ ଜୀବନ୍ତ ଦଗ୍ଦ ହୋଇଥିଲେ।

ମୃତକଙ୍କ ମଧ୍ୟରେ ୪,୯୫୪ ଜଣ ମହିଳା ଏବଂ ୪,୧୫୬ ଜଣ ପୁରୁଷ ଥିଲେ। ୪୬୮ ଜଣ ଆହତ ହୋଇଥିଲେ। ୨୦୧୯ରେ ୧୧,୦୩୭ ଟି ଅଗ୍ନିକାଣ୍ଡ ଘଟଣା ପଞ୍ଜିକୃତ ହୋଇଛି। ସେଥିରେ ୧୦ ହଜାର ୯୧୫ ଜଣଙ୍କର ମୃତ୍ୟୁ ଘଟିଥିଲା। ତେବେ ଏହି ମୃତକଙ୍କ ସଂଖ୍ୟା ୨୦୧୫ରେ ସର୍ବାଧିକ ଥିଲା। ମୋଟ ୧୮,୪୫୦ ଅଗ୍ନିକାଣ୍ଡ ଘଟିଥିଲା ଏବଂ ମୃତକଙ୍କ ସଂଖ୍ୟା ୧୭,୭୦୦ ଥିଲା। ଏହାପରେ ବର୍ଷକୁ ବର୍ଷ ଅଗ୍ନିକାଣ୍ଡ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇବାରେ ଲାଗିଛି।

୨୦୨୦ ରେ, ୫,୩୯୧ ଆବାସିକ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଘଟି ୫,୨୪୮ ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ୨୦୮ ବାଣିଜି୍ୟକ ଭବନରେ ଏହିପରି ଘଟଣା ରେକର୍ଡ କରାଯାଇଛି। ଏଥିରେ ୧୬୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ସରକାରୀ ଅଟ୍ଟାଳିକାରେ ୫୩ ଟି ଅଗ୍ନିକାଣ୍ଡ ଘଟି ୫୭ ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ।
୧୦୯ ଟି କାରଖାନାରେ ଅଗ୍ନିକାଣ୍ଡ ଯୋଗୁ ୧୦୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ ରେ, ଚଳନ୍ତା ଯାନରେ ୨୫୭ଟି ଅଗ୍ନିକାଣ୍ଡ ରେକର୍ଡ କରାଯାଇଛି । ଏଥିରେ ୩୨୬ ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ।

ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଥିବା ରାଜ୍ୟ ମଧ୍ୟରେ ଶୀର୍ଷରେ ମଧ୍ୟ ପ୍ରଦେଶ ରହିଛି। ଏଠାରେ ଗତ ୫ ବର୍ଷରେ ୧,୪୩୦ ଅଗ୍ନିକାଣ୍ଡ ଘଟଣାରେ ୧,୪୯୦ ଜଣଙ୍କ ମୃତ୍ୟୁ ଘଟିଛି।

ଏହା ପଛକୁ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ମୋଟ ୧,୨୯୨ ଅଗ୍ନିକାଣ୍ଡରେ ୧,୨୯୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମହାରାଷ୍ଟ୍ର ତୃତୀୟ ସ୍ଥାନରେ ରହିଛି। ଏଠାରେ ୭୬୨ ଅଗ୍ନିକାଣ୍ଡରେ ୭୬୭ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ତାମିଲନାଡୁରେ ୭୪୩ ଘଟଣାରେ ୭୪୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ କର୍ନାଟକରେ ୫୬୦ ଘଟଣାରେ ୫୬୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri