୨୧ ଦିନରେ ଯୁଦ୍ଧ: ୮୫୦୦ରୁ ଅଧିକ ହରାଇଲେଣି ପ୍ରାଣ, ଜାଣନ୍ତୁ ଏ ପର୍ଯ୍ୟନ୍ତ ଘଟିଥିବା ପୂରା ଘଟଣା ସମ୍ପର୍କରେ…

ଜେରୁଜେଲମ୍‌,୨୭ା୧୦: ହମାସ୍‌-ଇସ୍ରାଏଲ ମଧ୍ୟରେ ଲାଗିଥିବା ଯୁଦ୍ଧ ଇତିମଧ୍ୟରେ ୨୧ ଦିନରେ ପହଞ୍ଚିଛି। ତଥାପି ଏହା ବନ୍ଦ ହେବାର ନାଁ ନେଉନି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୁଦ୍ଧ ଯୋଗୁ ଉଭୟ ପକ୍ଷଙ୍କ ୮୫୦୦ରୁ ଅଧିକ ଲୋକ ପ୍ରାଣ ହରାଇସାରିଲେଣି। ଅକ୍ଟୋବର ୭ରେ ହମାସ୍‌ ଆକ୍ରମଣ ପରଠାରୁ ଇସ୍ରାଏଲ ସୈନ୍ୟବାହିନୀ ଗାଜା ଉପରେ ଏହାର ଆକ୍ରମଣକୁ ଜୋର୍‌ଦାର କରିଛନ୍ତି। ଇସ୍ରାଏଲରୁ କ୍ରମାଗତ ଭାବେ ଏୟାରଷ୍ଟ୍ରାଇକ୍‌ କରାଯାଉଛି।

ଗାଜାର ସବୁ ସ୍ଥାନରେ ରକ୍ତାକ୍ତ ଦୃଶ୍ୟ ଦେଖିବାକୁ ମିଳୁଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କ ସହିତ କାନ୍ଦୁଥିବା ଦେଖାଯାଏ। ଲୋକଙ୍କୁ ଖାଦ୍ୟ ଏବଂ ପାନୀୟ ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡୁଛି।

ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାନୁଯାୟୀ, ଇସ୍ରାଏଲର ଗାଜା ଉପରେ ତିନି ସପ୍ତାହ ତଳେ ପ୍ରାୟ ୨,୯୧୩ ପିଲାଙ୍କ ସମେତ ୭,୦୨୮ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ଘଟିଛି। ଏଥି ସହିତ ହମାସ୍‌ ଆକ୍ରମଣରେ ଏପର୍ଯ୍ୟନ୍ତ ୧୪୦୦ ଇସ୍ରାଏଲ ମୃତ୍ୟୁବରଣ କରିଛନ୍ତି। ଅକ୍ଟୋବର ୭ରେ ଗାଜାରେ ପାଲେଷ୍ଟାଇନ ଆତଙ୍କବାଦୀଙ୍କ ଦ୍ୱାରା ବନ୍ଧକ ହୋଇଥିବା ୫୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନାରୁ ପ୍ରକାଶ। ଗତ ଗୁରୁବାର ମଧ୍ୟ ଇସ୍ରାଏଲ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ମାଧ୍ୟମରେ ୨୫୦ରୁ ଅଧିକ ଟାର୍ଗେଟ କରିଥିଲା। ଏହି କ୍ଷେପଣାସ୍ତ୍ର ଇସ୍ରାଏଲ ସୀମା ନିକଟ ଇଜିପ୍ଟର ଲୋହିତ ସାଗର ରିସର୍ଟ ଟାବା ସହରର ଏକ ଡାକ୍ତରଖାନା ଉପରେ ମାଡ଼ ହେବାରୁ ୬ଜଣଙ୍କର ମୃତ୍ୟୁ ଘଟିଛି।

ଅଦ୍ୟାବଧି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଅନେକ ଥର ଗ୍ରାଉଣ୍ଡ ଆଟାକ୍‌ ବିଷୟରେ ସୂଚନା ଦେଇଛନ୍ତି, କିନ୍ତୁ ଆମେରିକାର ଆଦେଶ ଅନୁଯାୟୀ ଗ୍ରାଉଣ୍ଡ ଆକ୍ରମଣକୁ କିଛି ସମୟ ପାଇଁ ସ୍ଥଗିତ ରଖାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଇସ୍ରାଏଲ ୫ ହମାସ୍‌ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ସେନା ଦାବି କରିଛି ଯେ, ହମାସ୍‌ର ତିନିଜଣ ବରିଷ୍ଠ କମାଣ୍ଡୋଙ୍କୁ ହତ୍ୟା କରିଛି। ଆଇଡିଏଫ୍‌ ଯୁଦ୍ଧ ବିମାନ ଦାରାଜ ତୁଫା ବାଟାଲିୟନରେ ହମାସ୍‌ କମାଣ୍ଡରଙ୍କୁ ହତ୍ୟା କରିଥିବା କହିଛି। ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣରେ ଏହି ଲୋକମାନେ ସମ୍ପୃକ୍ତ ଥିବା ମଧ୍ୟ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri