ଚିଲିକାରେ ୯ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀ

ବାଲୁଗାଁ,୧ା୧: (ସଂଗ୍ରାମ ପାଇକରାୟ): ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁଦୂର ବରଫାବୃତ୍ତ ରାଷ୍ଟ୍ରାଞ୍ଚଳରୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ସୁଅ ଛୁଟିବାରେ ଲାଗିଛି। ରବିବାର ସୁଦ୍ଧା ଚିଲିକାରେ ୧୧୮ ପ୍ରଜାତିର ୯ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ବିଦେଶୀ ପକ୍ଷୀଙ୍କ ମଧ୍ୟରେ ୟୁରାସିଆନ୍‌ ୟୁଜିୟନ ପ୍ରଜାତିର ୧ଲକ୍ଷ ୨୦ହଜାର, ନର୍ଦ୍ଦର୍ନ ପିଣ୍ଟେଲ ୮୧ହଜାର, ଗଡଓ୍ବାଲ ୭୫ହଜାର, ସୋଭଲର ୬୫ହଜାର ପକ୍ଷୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଆକର୍ଷଣୀୟ ଫ୍ଲେମିଙ୍ଗୋ (ଏରା) ପକ୍ଷୀ ୩୫୦ଟି ଦୃଷ୍ଟିଗୋଚର ହୋଇଛନ୍ତି। ପ୍ରତିବର୍ଷ ଭଳି ଜାନୁୟାରୀ ୪ରୁ ଚିଲିକାରେ ପକ୍ଷୀ ଗଣନା ଏବଂ ୨୦ ତାରିଖରେ ଇରାଓ୍ବାଡି ପ୍ରଜାତିର ଡଲଫିନ୍‌ ଗଣନା ହେବ ବୋଲି ରବିବାର ବାଲୁଗାଁ ଚିଲିକା କୂଳସ୍ଥିତ ବନ୍ୟପ୍ରାଣୀ ବିଭାଗୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିଏଫ୍‌ଓ ଅମ୍ଳାନ ନାୟକ ସୂଚନା ଦେଇଛନ୍ତି।
ଆସନ୍ତା ୩ ତାରିଖରେ ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣା କେନ୍ଦ୍ରଠାରେ ପକ୍ଷୀ ଗଣନାକାରୀଙ୍କୁ ତାଲିମ ଦିଆଯିବ। ବନ୍ୟପ୍ରାଣୀ ବିଭାଗ ଅଧୀନ ୫ଟି ରେଞ୍ଜ ବାଲୁଗାଁ, ଟାଙ୍ଗୀ, ରମ୍ଭା, ସାତପଡ଼ା ଏବଂ ଚିଲିକା ଅଞ୍ଚଳରେ ଏହି ପକ୍ଷୀ ଗଣନା ହେବ। ଚିଲିକାକୁ ମୋଟ୍‌ ୨୧ଟି ସେକ୍ଟରରେ ବିଭକ୍ତ କରାଯାଇ ୨୧ଟି ଗଣନାକାରୀ ଗ୍ରୁପଙ୍କୁ ସାମିଲ କରାଯିବ। ୪ ତାରିଖ ଭୋରୁ ୨୧ଟି ଗଣନାକାରୀ ଟିମ୍‌ ଗଣନା କରିବେ। ପ୍ରତି ଟିମ୍‌ରେ ଜଣେ ଅଭିଜ୍ଞ ପକ୍ଷୀ ବିଶାରଦଙ୍କ ସମେତ ୫ଜଣ ସଦସ୍ୟ ରହିବେ। ପ୍ରତ୍ୟେକ ଟିମ୍‌କୁ ଗଣନା କାର୍ଯ୍ୟ ପାଇଁ ଜିପିଏସ୍‌, ବାଇନାକୁଲାର ଓ ଓ୍ବାକିଟକି ଯୋଗାଇ ଦିଆଯିବ। ଭୋର ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ। ସେହିପରି ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଆସନ୍ତା ୨୦ତାରିଖରେ ଚିଲିକାରେ ଡଲଫିନ୍‌ ଗଣନା ହେବ। ଏଥିପାଇଁ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୮ଟି ଗ୍ରୁପ୍‌ ଏହି ଡଲଫିନ ଗଣନାରେ ନିୟୋଜିତ ହେବେ। ୧୯ତାରିଖରେ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ତେବେ ପକ୍ଷୀ ଏବଂ ଡଲଫିନ୍‌ଙ୍କ ବିଚରଣରେ ଯେପରି ବାଧା ନ ଉପୁଜିବ ସେଥିପାଇଁ ଗଣନାର ଦୁଇଦିନ ପୂର୍ବରୁ ନଳବଣ ଏବଂ ଡଲଫିନ୍‌ ଅଭୟାରଣ୍ୟ ସାତପଡ଼ା ଅଞ୍ଚଳକୁ ଡଙ୍ଗା ଚଳାଚଳ ଏବଂ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ସାତପଡ଼ାରେ ୮ଟି ଏବଂ ବାଲୁଗଁାରେ ୧୦ଟି ଟିମ୍‌ ଡଲଫିନ୍‌ ଗଣନା କରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?