ଭୋକରେ ରହିବେ କୋଟିଏରୁ ଅଧିକ ଆଫଗାନୀ ଶିଶୁ…

ଜେନେଭା,୨୬।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଯୋଗୁଁ ସୃଷ୍ଟି ହୋଇଥିବା ଶରଣାର୍ଥୀ ସଙ୍କଟ ମଧ୍ୟରେ ମହିଳା ଏବଂ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଜାତିସଂଘର ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏହି ମାନବୀୟ ସଙ୍କଟ ଯୋଗୁ ୧ କୋଟିରୁ ଅଧିକ ଆଫଗାନୀ ଶିଶୁ ଭୋକରେ ରହିବାର ଆଶଙ୍କା ରହିଛି। ରିପୋର୍ଟରେ ଆଫଗାନିସ୍ତାନ ଶିଶୁଙ୍କ ଅନାହାର ଏବଂ ବିଭିନ୍ନ ରୋଗ ବିପଦ ସମ୍ପର୍କରେ ଚେତାବନୀ ପ୍ରଦାନ କରାଯାଇଛି। ମିଳିତ ଜାତିସଂଘର ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ ଆଫଗାନିସ୍ତାନରେ ୨୦୦ ନିୟୁତ ଡଲାର ଖର୍ଚ୍ଚ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛି। ବର୍ଷ ବର୍ଷ ଧରି ହିଂସାତ୍ମକ ବିବାଦ, ରାଜନୈତିକ ଅସ୍ଥିରତା, ମରୁଡ଼ି, ଅର୍ଥନୈତିକ ସଙ୍କଟ ତଥା କରୋନା ସଙ୍କଟ ସହ ସଂଘର୍ଷ କରୁଥିବା ଆଫଗାନିସ୍ତାନ ଲୋକଙ୍କ ପାଇଁ ସାହାଯ୍ୟର ଆବଶ୍ୟକତା ରହିଥିବା ୟୁଏନ୍‌ଏଚ୍‌ସିଆର୍‌ ପକ୍ଷରୁ କୁହାଯାଇଛି। ଶରଣାର୍ଥୀ ସଙ୍କଟ ଉପରେ କାର୍ଯ୍ୟ କରୁଥିବା ଜାତିସଂଘର ସଂସ୍ଥା ଶରଣାର୍ଥୀ ଉଚ୍ଚାୟୁକ୍ତ(ୟୁଏନ୍‌ଏଚ୍‌ସିଆର୍‌) ପକ୍ଷରୁ ଆଫଗାନିସ୍ତାନର ପଡୋଶୀ ଦେଶମାନଙ୍କୁ ମାନବିକତା ଆଧାରରେ ସୀମା ଖୋଲା ରଖିବାକୁ, ଲୋକଙ୍କୁ ଆଶ୍ରୟ ଦେବା, ସେମାନଙ୍କୁ ମାନବିକ ସହାୟତା, ଚିକିତ୍ସା, ଖାଦ୍ୟ, ପୁଷ୍ଟିକର ଖାଦ୍ୟ ଏବଂ ରହିବା ସୁବିଧା ପାଇଁ ନିବେଦନ କରାଯାଇଛି। ଶରଣାର୍ଥୀଙ୍କ ମଧ୍ୟରେ ଅଧିକ ସଂଖ୍ୟକ ଶିଶୁ ଏବଂ ମହିଳା ରହିଛନ୍ତି। ସ୍ବାସ୍ଥ୍ୟ ଦୃଷ୍ଟିରୁ ସେମାନଙ୍କ ଉପରେ ଧ୍ୟାନ ଦେବା ପାଇଁ ୟୁଏନ୍‌ଏଚ୍‌ସିଆର୍‌ ପକ୍ଷରୁ ବିଶ୍ୱର ସମସ୍ତ ଦେଶଙ୍କୁ ମାନବିକ ସହାୟତା ଲାଗି ଆଗେଇ ଆସିବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?