କୋଟିଏରୁ ଅଧିକ ପାଲଟିଲେ ଶରଣାର୍ଥୀ…

କ୍ୱିଭ୍‌,୨୧।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ସ୍ଥାନୀୟ ଅଞ୍ଚଳରେ ସଙ୍କଔ ଜନକ ସ୍ଥିତି ସୃଷ୍ଟି ହୋଇଛି। ଖାଦ୍ୟର ଅଭାବ ସହିତ ସୁରକ୍ଷାକୁ ଦୃଷ୍ଟିରେ ରଖି ୟୁକ୍ରେନବାସୀ ନିଜ ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି। ମିଳିତ ଜାତିସଂଘର ଶରଣାର୍ଥୀ ହାଇ କମିଶନର୍‌ କହିଛନ୍ତି ଯେ ଇତିମଧ୍ୟରେ ୧ କୋଟିରୁ ଅଧିକ ୟୁକ୍ରେନବାସୀ ପଡ଼ୋଶୀ ଦେଶରେ ଶରଣାର୍ଥୀ ପାଲଟିଛନ୍ତି।

ମିଳିତ ଜାତିସଂଘର ଶରଣାର୍ଥୀ ଏଜେନ୍ସିର ମୁଖ୍ୟ ଫିଲିପ୍ପୋ ଗ୍ରାଣ୍ଡି କହିଛନ୍ତି ଯେ ଭୋକ ଶୋଷ ଏବଂ ଜୀବନ ଭୟରେ ୟୁକ୍ରେନବାସୀ ନିଜ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି।

ୟୁକ୍ରେନ୍‌ର ପ୍ରାୟ ଦୁଇ-ତୃତୀୟାଂଶ ଶରଣାର୍ଥୀ ପୋଲାଣ୍ଡରେ ଆଶ୍ରୟ ନେଇଛନ୍ତି। ସେମାନଙ୍କ ସଂଖ୍ୟା ପ୍ରାୟ ୨.୦୫ ନିୟୁତ ହେବ। ପ୍ରାୟ ୧୮୦,୦୦୦ ଲୋକ ରୁଷିଆରେ ଥିବା କୁହାଯାଉଛି।

ଅନ୍ତର୍ଜାତୀୟ ସ୍ଥାନାନ୍ତରଣ ସଂଗଠନ କହିଛି ଯେ ୟୁକ୍ରେନର ଆଭ୍ୟନ୍ତରରେ ବିସ୍ଥାପିତଙ୍କ ସଂଖ୍ୟା ୬.୪୮ ନିୟୁତରୁ ଅଧିକ ରହିଛି।

ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେସନ ଫର ମାଇଗ୍ରେଶନ (ଆଇଓଏମ)ର ଆକଳନରୁ ଜଣାପଡିଛି ଯେ ଗତ ତିନି ସପ୍ତାହ ମଧ୍ୟରେ ୟୁକ୍ରେନ ବିସ୍ଥାପନ ମାମଲାରେ ସିରିଆକୁ ଅତିକ୍ରମ କରିଛି। ୨୦୧୦ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସିରିଆର ୧୩ ମିଲିୟନରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି କିମ୍ବା ଦେଶ ଛାଡିଛନ୍ତି। ମିଳିତ ଜାତିସଂଘ ଏଜେନ୍ସିର ଏହି ଆକଳନ ରିପୋର୍ଟ ପ୍ରକାଶିତ ହୋଇଛି।

ୟୁକ୍ରେନର ମାରିଅପୋଲ ସିଟି ପରିଷଦ ଦାବି କରିଛି ଯେ ସ୍ଥାନୀୟ ବାସିନ୍ଦାଙ୍କୁ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ରୁଷିଆକୁ ନିଆଯାଉଛି। ଜଣେ ଆଇନଜୀବୀ ଦାବି କରିଛନ୍ତି ଯେ ୟୁକ୍ରେନ୍‌ ନାଗରିକଙ୍କୁ ଜୋରଜବରଦସ୍ତ ରୁଷିଆର ଦୁର୍ଗମ ଅଞ୍ଚଳରେ କାମ କରିବାକୁ ବାଧ୍ୟ କରାଯାଉଛି।

ନଗର ପରିଷଦ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଦଖଲକାରୀମାନେ ୟୁକ୍ରେନରୁ ଲୋକଙ୍କୁ ରୁଷିଆକୁ ଯିବାକୁ ଡରଭୟ ଦେଖାଉଛନ୍ତି। ଗତ ସପ୍ତାହରେ ବହୁ ମାରିଅପୋଲ ବାସିନ୍ଦା ରୁଷିଆର ବିଭିନ୍ନ ଅଞ୍ଚଳକୁ ସ୍ଥାନାନ୍ତରଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?