ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଆଶଙ୍କା…

ଓଟଓ୍ବା,୧୦।୭: କାନାଡ଼ାରେ ଦେଖାଦେଇଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଘଟିଥିବା ପରିବେଶବିଜ୍ଞାନୀ ଆଶଙ୍କା କରିଛନ୍ତି। ପଶ୍ଚିମ କାନାଡ଼ା ଏବଂ ଉତ୍ତର-ପଶ୍ଚିମ ଆମେରିକାର ପ୍ରଶାନ୍ତ ମହାସାଗର ଉପକୂଳରେ ତାପମାତ୍ରା ଲଗାତାର ୪୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ରହୁଛି। ଏହି ସମୟରେ ପ୍ରବଳ ତାତି ସହିତ ଗ୍ରୀଷ୍ମ ପ୍ରବାହ ଜାରି ରହିବାରୁ ଜଳଜୀବ ଏବଂ ଇକୋସିଟେମ୍‌ ଉପରେ ନକାରାତ୍ମକ ପ୍ରଭାବ ପଡିଥିବା ପରିବେଶ ବିଜ୍ଞାନୀ ମତପୋଷଣ କରିଛନ୍ତି। ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରିଟିଶ୍‌ କଲମ୍ବିଆରେ ୫୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ବ୍ରିଟିଶ୍‌ କଲମ୍ବିଆ ବିଶ୍ୱବିଦ୍ୟାଳୟ ମେରାଇନ୍‌ ବାୟୋଲୋଜିର ପ୍ରଫେସର ଖ୍ରୀଷ୍ଟୋଫର ହାର୍ଲେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଓ୍ବେନକୁଓ୍ବର ସମୁଦ୍ର କୂଳରେ ପଡ଼ିଥିବା ସାମୁଦ୍ରିକ ଜୀବଙ୍କ ଦେହାବଶେଷ ଗ୍ରୀଷ୍ମ ପ୍ରବାହର ତାଣ୍ଡବକୁ ସୂଚିତ କରୁଛି। ଏସବୁ ଜଳଜୀବ ୩୦ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ସହ୍ୟ
କରି ପାରି ନ ଥାନ୍ତି। ତେବେ ଏହାଠାରୁ ଅଧିକ ତାପମତ୍ରାରେ ସେମାନଙ୍କ ମୃତ୍ୟୁ ଘଟିଥିବା ନିଶ୍ଚିତ। ଆସନ୍ତା ସପ୍ତାହରେ ପୁଣି ଗ୍ରୀଷ୍ମପ୍ରବାହ ଅନୁଭୁତ ହେବାର ଆଶଙ୍କା ସମ୍ପର୍କରେ ସତର୍କ ସୂଚନା ଜାରି କରାଯାଇଛି। ଏଭଳି ହେଲେ ସ୍ଥିତି ପୁଣି ଭୟଙ୍କର ହେବ ବୋଲି ହାର୍ଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?