ସପ୍ତାହକରେ ବନ୍ଧାହେଲେଣି ଶହେରୁ ଅଧିକ ଅସାମାଜିକ

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନାରେ ପେସାଦାର ଅପରାଧୀମାନେ ବିଭିନ୍ନ ଅପରାଧିକ ମାମଲାରେ ଜଡ଼ିତ ହୋଇ ଫେରାର ଘଟଣାରେ ସେମାନଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ଏକ ସପ୍ତାହ ମଧ୍ୟରେ ୧ଶହରୁ ଅଧିକ ଅସାମାଜିକ ବ୍ୟକ୍ତିଙ୍କୁ ବିଭିନ୍ନ ଥାନା ପକ୍ଷରୁ ଗିରଫ କରାଯାଇଛି। ଜିଲାରେ ଶାନ୍ତି ବଜାୟ ରଖିବା ଲକ୍ଷ୍ୟରେ ଏହା କରାଯାଉଛି ବୋଲି ଗଞ୍ଜାମ ଆରକ୍ଷୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏହାସହ ଗତ ଦୁଇ ଦିନ ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୪ଜଣ ଅସମାଜିକଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। କୋଦଳା ପୋଲିସ ପକ୍ଷରୁ ଦୁଇ ଜଣ, ବୁଗୁଡ଼ା ପୋଲିସ ପକ୍ଷରୁ ୬ଜଣ,ଶେରଗଡ଼ ପୋଲିସ ପକ୍ଷରୁ ଜଣେ, ରମ୍ଭା ପୋଲିସ ପକ୍ଷରୁ ଦୁଇ ଜଣ, ଖଲ୍ଲିକୋଟ ପୋଲିସ ପକ୍ଷରୁ ୩ଜଣ, ଏହି ସ୍ବତନ୍ତ୍ର ଡ୍ରାଇଭ୍‌ ଜାରି ରହିବ ବୋଲି ଗଞ୍ଜାମ ଆରକ୍ଷୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଯଦି କୌଣସି ଅସାମାଜିକ ବ୍ୟକ୍ତି କିମ୍ବା ବେଆଇନ ଅସ୍ତ୍ରଶସ୍ତ୍ର ରଖିଥିବାର ସୂଚନା ରହିଛି ସେ ସମ୍ପର୍କରେ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ୍‌ ନମ୍ବର ୯୪୩୮୯୧୬୭୨୦ରେ ପଠାଇବାକୁ ଅନୁରୋଧ କରାଯାଇଛି। ଅନ୍ୟପକ୍ଷରେ ନିର୍ବାଚନ ପରେ ପରବର୍ତ୍ତୀ ହିଂସା ଘଟୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖ ପର୍ଯ୍ୟ ରାତି ୮ଟା ପରେ ଚା’ ଦୋକାନ, ହୋଟେଲ ଓ ଢାବାଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଏସ୍‌ପି। ଏନେଇ ଗଞ୍ଜାମ ପୋଲିସ ଜିଲାର ସମସ୍ତ ଥାନା ଅଧିକାରୀଙ୍କୁ ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri