Posted inଜାତୀୟ

ଅଢ଼େଇ ଲକ୍ଷରୁ ଅଧିକ ଲୋକ କରିଛନ୍ତି ସ୍ବେଛାକୃତ ରକ୍ତଦାନ, ମାନବିକତାକୁ ମଜବୁତ କରିଛି ରକ୍ତଦାନ…

ନୂଆଦିଲ୍ଲୀ, ୧।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ସେପ୍ଟେମ୍ବର ୧୭ ରୁ ଆରମ୍ଭ ହୋଇଥିବା ୧୫ ଦିନିଆ ରକ୍ତଦାନ ଅଭିଯାନରେ ଅଢ଼େଇ ଲକ୍ଷରୁ ଅଧିକ ଲୋକ ସ୍ବେଛାକୃତ ରକ୍ତ ଦାନ କରିଥିଲେ। ଏହି ଅଭିଯାନର ନାମ ରକ୍ତ ଦାନ ଅମୃତ ମହୋତ୍ସବ ନାମରେ ନାମିତ କରାଯାଇଥିଲା।

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏହି ସୂଚନା ଦେଇଛନ୍ତି। ଜାତୀୟ ସ୍ବେଚ୍ଛାକୃତ ରକ୍ତ ଦାନ ଦିବସ ଅବସରରେ ଦିଲ୍ଲୀର ଏମ୍ସ ଠାରେ ହୋଇଥିବା ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ରକ୍ତଦାନ ଅମୃତ ମହୋତ୍ସବର ସଫଳତା ମାନବିକତାକୁ ଆହୁରି ମଜବୁତ କରିଛି। ଲୋକଙ୍କ ଦ୍ୱାରା ହୋଇଥିବା ରକ୍ତଦାନ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିବାରେ ସହାୟକ ହେବ ।

ସେ କହିଛନ୍ତି ଯେ ରକ୍ତ ଦାନ କରିବା ଏକ ମହାନ କାର୍ଯ୍ୟ। ଆମର ସମୃଦ୍ଧ ସଂସ୍କୃତି, ସେବା ପରମ୍ପରା ଏବଂ ସହଯୋଗର ପରମ୍ପରାକୁ ଦୃଷ୍ଟିରେ ରଖି ଆସନ୍ତୁ ସମସ୍ତେ ନିୟମିତ ଭାବରେ ରକ୍ତ ଦାନ କରିବା। କରୋନା ମହାମାରୀ ବିରୋଧରେ ଭାରତର ଲଢ଼େଇରେ ଲୋକଙ୍କ ଅଂଶଗ୍ରହଣର ଏକ ସମୃଦ୍ଧ ପରମ୍ପରା ଦ୍ୱାରା ଅନୁପ୍ରାଣିତ ହୋଇଥିଲା। ଏହା ହିଁ ଆମକୁ ମହାମାରୀ ପ୍ରତିରୋଧକୁ ପରିଚାଳନା କରିବା ଏବଂ ବିଶ୍ୱର ସର୍ବବୃହତ କରୋନା ଟିକାକରଣ ଅଭିଯାନକୁ ଆଗେଇ ନେବାରେ ସାହାଯ୍ୟ କରିଥିଲା।

ରକ୍ତ ଦାନ ଅମୃତ ମହୋତ୍ସବଙ୍କର ଉଦ୍ଦେଶ୍ୟ ହେଉଛି ରକ୍ତଦାନ, ରକ୍ତ ବଣ୍ଟନ ଏବଂ ରକ୍ତ ପରିଚାଳନା। ଏହି କାର୍ଯ୍ୟକ୍ରମରେ ଆଦର୍ଶ କାର୍ଯ୍ୟ କରିଥିବା ରକ୍ତଦାତାଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ କେତେକ ବିରଳ ରକ୍ତ ସମୂହ ଦାତା, ନିୟମିତ ଏକକ ଦାତା ପ୍ଲେଟଲେଟ ଦାତା, ମହିଳା ରକ୍ତଦାତା ଏବଂ ନିୟମିତ ସ୍ବେଚ୍ଛାକୃତ ରକ୍ତଦାତାମାନଙ୍କୁ ସମ୍ମାନିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri