Posted inଜାତୀୟ

ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା: ଆଇଏମ୍‌ଡିର ଆକଳନ

ନୂଆଦିଲ୍ଲୀ,୨୮ା୫(ପି.ଟି.):ଭାରତରେ ଜୁନ୍‌ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି। ଏହି ଅବଧିରେ ଦୀର୍ଘକାଳୀନ ହାରାହାରି ବର୍ଷା ତୁଳନାରେ ୮% ଅଧିକ ବର୍ଷା ରେକର୍ଡ ହୋଇପାରେ ବୋଲି ଆଇଏମ୍‌ଡି କହିଛି। ସେହିପରି ଚଳିତ ବର୍ଷର ସମ୍ପୂର୍ଣ୍ଣ ମୌସୁମୀ ଋତୁରେ ସ୍ବାଭାବିକଠାରୁ ୬% ଅଧିକ ବର୍ଷା ଅର୍ଥାତ୍‌ ୧୦୬% ବର୍ଷା ରେକର୍ଡ ହୋଇପାରେ ବୋଲି ଆଇଏମ୍‌ଡି ଆକଳନ କରିଛି। ମଙ୍ଗଳବାର ଆଇଏମ୍‌ଡି ପକ୍ଷରୁ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ଭୂ-ବିଜ୍ଞାନ ମନ୍ତ୍ରଣାଳୟର ସଚିବ ଏମ୍‌. ରବିଚନ୍ଦ୍ରନ କହିଛନ୍ତି, ଚଳିତ ବର୍ଷର ମୌସୁମୀ ଋତୁ ସମୟରେ ଦେଶର ମୌସୁମୀ କୋର୍‌ ଜୋନ୍‌ରେ ସ୍ବାଭାବିକଠାରୁ ୬% ଅଧିକ ବର୍ଷା ହେବା ଆକଳନ କରାଯାଇଛି। ମୌସୁମୀ କୋର୍‌ ଜୋନ୍‌ରେ ମଧ୍ୟପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା ସମେତ ଏହାର ଆଖପାଖ ଅଞ୍ଚଳ ରହିଛି। ଏହି ଅଞ୍ଚଳରେ ଅଧିକାଂଶ ବର୍ଷା ଦକ୍ଷିଣ ପଶ୍ଚିମ ମୌସୁମୀ ସମୟରେ ହୋଇଥାଏ। ଫଳରେ ଉକ୍ତ ଅଞ୍ଚଳର କୃଷିକାର୍ଯ୍ୟ ମୌସୁମୀ ବର୍ଷା ଉପରେ ଅଧିକ ନିର୍ଭର ରହିଥାଏ। ଉତ୍ତର-ପଶ୍ଚିମ ଭାରତରେ ସ୍ବାଭାବିକ ବର୍ଷା ହେବା ସମ୍ଭାବନା ଥିବାବେଳେ ଭାରତର ଉତ୍ତର-ପୂର୍ବାଞ୍ଚଳରେ ସ୍ବାଭାବିକଠାରୁ କମ୍‌ ବର୍ଷା ରେକର୍ଡ ହୋଇପାରେ। ସେହିପରି ଚଳିତ ମୌସୁମୀରେ ମଧ୍ୟ ଏବଂ ଦକ୍ଷିଣ ଭାରତରେ ସ୍ବାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ଥିବା ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri