ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର,୨୮ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଛି। ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଜଙ୍କିଆ ଥାନା ବାଲିଗାଡ଼ିଆ ଗ୍ରାମର ମାନସ ବଳବନ୍ତରାୟ, ବେଗୁନିଆ ଥାନା ଅଞ୍ଚଳର ଆରଣ୍ୟ ନାୟକ, ନୟାଗଡ଼ ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପ୍ରଧାନ। ସେମାନଙ୍କ ନିକଟରୁ ୧୭.୪୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ୭୦ ହଜାର ଟଙ୍କାରୁ ଅଧିକ ହେବ।

ଏହା ସହିତ ସେମାନଙ୍କ ନିକଟରୁ ୬୮ ଗ୍ରାମ ଓଜନର ସୁନା ପ୍ଲେଟ୍‌ ସମେତ ନଗଦ ୧୭୩୦ ଟଙ୍କା ଜବତ ହୋଇଛି। ଅଭିଯୁକ୍ତମାନଙ୍କ ଠାରୁ ଓଡି ୩୩ କ୍ୟୁ ୫୧୪୬ ନମ୍ବର ବିଶିଷ୍ଟ ନୀଳ ରଙ୍ଗର ବାଇକ୍‌ ଏବଂ ଓଡି ୦୨ ସିଇ-୯୬୨୨ ନମ୍ବର ବିଶିଷ୍ଟ ଏକ ସ୍କୁଟିକୁ ମଧ୍ୟ ପୋଲିସ ଜବତ କରିଛି। ଏନେଇ ନିରାକାରପୁର ଥାନାରେ୨୭/୨୩ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri