କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର ବେପାରୀଙ୍କ ସହ କାରାବାର ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ବ୍ରାଉନ୍‌ସୁଗାର ଆଣି ଏଠାରେ କିଭଳି କାରବାର କରାଯାଇପାରିବ ସେନେଇ ଭିନ୍ନ ଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଶୁକ୍ରବାର ସ୍ପେଶାଲ ଟାକ୍ସ ଫୋର୍ସ(ଏସ୍‌ଟିଏଫ୍‌) ହାତରେ ଧରାପଡ଼ିଛନ୍ତି ୨ ଅଭିଯୁକ୍ତ। ଫୁଲ ବ୍ୟବସାୟ ଆଳରେ ପଶ୍ଚିମବଙ୍ଗର କପିଲଦେବ ମଜୁମ୍‌ଦାର ନାମକ ଜଣେ ଯୁବକ ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଖୋର୍ଦ୍ଧା ଜିଲା ଜଙ୍କିଆର ରଶ୍ମୀରଞ୍ଜନ ଭୋଳଙ୍କ ସହ ବ୍ରାଉନ୍‌ ସୁଗାର ଡିଲ୍‌ କରୁଥିବାବେଳେ ବିଶେଷସୂତ୍ରରୁ ଖବରପାଇ ଏସ୍‌ଟିଏଫ୍‌ ଚଢ଼ାଉ କରି ଉଭୟଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ଏମାନଙ୍କ ନିକଟରୁ ୧.୨୩୮କେଜିର ବ୍ରାଉନସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଏକ କୋଟିରୁ ଊର୍ଦ୍ଧ୍ୱ ହେବ। ଏଥିସହ ଅଭିଯୁକ୍ତ ରଶ୍ମୀରଞ୍ଜନଙ୍କ ନିକଟରୁ ଭୁବନେଶ୍ୱର ଏମ୍ସର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତରଙ୍କ ଏକ ନକଲି ପରିଚୟ ପତ୍ର, ପୋଲିସ ୟୁନିଫର୍ମରେ ଥିବା ଫଟୋର ଜେରକ୍ସ କପି, ଗୋଟିଏ ବୁଲେଟ, ୨ଟି ଲାପ୍‌ଟପ ଏବଂ ନଗଦ ୧୭ହଜାର ଟଙ୍କା, ସ୍ବସ୍ତିକ ମ୍ୟାନେଜମେଣ୍ଟର ଜିଏମ୍‌ ଆଇଡି କାର୍ଡ ଜବତ ହୋଇଛି। ଏସ୍‌ଟିଏଫ୍‌ ଏନେଇ ଏନ୍‌ଡିପିଏସ୍‌ ଆକ୍ଟର ଦଫା ୨୧(ସି)/୨୯ ରେ ଏକ ମାମଲା (ନଂ. ୧୨/୨୨) ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ।
ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ନଦିଆ ଅଞ୍ଚଳର କପିଲଦେବ ବିଭିନ୍ନ ଉପାୟରେ ବ୍ରାଉନ୍‌ ସୁଗାର ଆଣି ଭୁବନେଶ୍ୱରରେ ରଶ୍ମୀରଞ୍ଜନଙ୍କୁ ଆଣି ଯୋଗାଉଥିଲେ। ଏହା ପରେ ରଶ୍ମୀରଞ୍ଜନ କେତେବେଳେ ନିଜକୁ ପୋଲିସ ତ କେତେବେଳେ ଡାକ୍ତର ବୋଲି ପରିଚୟ ଦେଇ ପୋଲିସ ଆଢ଼ୁଆଳରେ ବ୍ରାଉନ ସୁଗାର ବେପାର କରୁଥିଲେ। ଏପରି କି ନିଜ ବୁଲେଟ ଗାଡ଼ିରେ ପୋଲିସ ଲୋଗୋ ଲଗାଇ ବେଧଡ଼କଭାବେ ରାଜଧାନୀରେ ବ୍ରାଉନ୍‌ ସୁଗାର କାରବାର କରି ଆସୁଥିଲେ। ତେବେ ଅଭିଯୁକ୍ତଦ୍ୱୟ ଏହି କାରବାର ରାଜଧାନୀରେ କେତେଦିନ ଧରି ଚଳାଇଥିଲେ? ଏହି ରାକେଟରେ ଆଉ କିଏ କିଏ ସାମିଲ ଅଛନ୍ତି? କେବଳ ରାଜଧାନୀ ଭୁବନେଶ୍ୱର ନା ଓଡ଼ିଶାର ବିଭିନ୍ନ ଜିଲାକୁ ଯୋଗାଉଥିଲେ ତାହାର ସତ ଓଗାଳିବା ଲାଗି କ୍ରାଇମବ୍ରାଞ୍ଚ ଟିମ୍‌ ଅଭିଯୁକ୍ତଦ୍ୱୟଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରିବ ବୋଲି ଯୋଜନା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri