କୋରାପୁଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୨।୩,(ସ୍ବ.ପ୍ର): କୋରାପୁଟ ଜିଲା ପୋଲିସକୁ ଶୁକ୍ରବାର ବଡ ସଫଳତା ମିଳିଛି। ଜିଲାର ପୃଥକ ପୃଥକ ଦୁଇଟି ସ୍ଥାନରୁ ପୋଲିସ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୧ କୋଟି ୯ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ଆକଳନ କରିଛି।
ପ୍ରକାଶ ଯେ, କୋରାପୁଟ ଟାଉନ ପୋଲିସ ଗୁରୁବାର ରାତିରେ ସ୍ଥାନୀୟ ଲାଣ୍ଡିଗୁଡା ଛକରେ ପାଟ୍ରୋଲିଂ କରୁଥିବା ବେଳେ ଦ୍ରୁତଗତିରେ କୋରାପୁଟ ଅଭିମୁଖେ ଯାଉଥିବା ଏକ ଟ୍ରକ୍‌କୁ ଦେଖି ଅଟକାଇଥିଲା । ଏଥିରୁ ୧୨୬ ବସ୍ତା ଅଦା ଜବତ ହୋଇଥିବା ବେଳେ ଅନ୍ୟ ୫୦ ବସ୍ତାରୁ ଗଞ୍ଜେଇ ଜବତ ହୋଇଥିଲା। ଯାହାର ମୂଲ୍ୟ ପ୍ରାୟ ୭୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଘଟଣାରେ ଗଞ୍ଜେଇ ଚାଲାଣ କରାଯାଉଥିବା ୧୪ ଚକିଆ ଟ୍ରକ ସମେତ ଏକ ବୋଲେରୋ, ମାରୁତି କାର, ବାଇକ ଜବତ କରିଛି। ଏ ନେଇ ଶୁକ୍ରବାର ସ୍ଥାନୀୟ ଟାଉନ ପୋଲିସ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତିି । ଗଞ୍ଜେଇ କୋରାପୁଟର ପଟ୍ଟାଙ୍ଗି ବ୍ଲକର ଦେଓ ପଟ୍ଟାଙ୍ଗି ଅଞ୍ଜଳରୁ ରାୟପୁରକୁ ଯାଉଥିବା ଜଣାପଡ଼ିଛି।
ସେହିପରୀ ସେମିଳିଗୁଡା ଥାନା ପୋଲିସ ଦ୍ୱାରା ଏକ ପିଚୁ ଟ୍ୟାଙ୍କର ଗାଡି ନଂ.(ଡବ୍ଲୁବି ୩୩ ବି ୫୦୩୩) ରୁ ୬୭୫ କେଜି ଗଞ୍ଜେଇ (୬୭ ବଣ୍ଡଲ )ଜବତ କରାଯାଇଛି। ଏହାର ମୂଲ୍ୟ ୩୪ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri