ରାୟଗଡ଼ାରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ

ରାୟଗଡ଼ା ଅଫିସ,୭ା୧୨-ଓଡ଼ିଶା କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌(ସ୍ପେଶାଲ୍‌ ଟାସ୍କ ଫୋର୍ସ) ସୋମବାର ରାୟଗଡ଼ା ଜିଲାରୁ ବିପୁଳ ପରିମାଣର ମୂଲ୍ୟବାନ୍‌ ରତ୍ନପଥର ଜବତ କରିଛି। ରାୟଗଡ଼ା ସହରସ୍ଥିତ ଜଗନ୍ନାଥ କମ୍ପ୍ଲ୍ଲେକ୍ସର ଏକ ଘରେ ରତ୍ନପଥର ଗଚ୍ଛିତ ଥିବା ଏବଂ ବାହାର ରାଜ୍ୟକୁ ଚାଲାଣ କରିବାକୁ ଯୋଜନା ଚାଲିଥିବା ଖବର ପାଇ ଏସ୍‌ଟିଏଫ୍‌ ଏସ୍‌ଆଇ ଜଗନ୍ନାଥ ସାହୁଙ୍କ ସମେତ ୫ଜଣିଆ ଟିମ୍‌ ସେଠାରେ ଚଢ଼ାଉ କରିଥିଲେ। ଯାଞ୍ଚବେଳେ ଏକ କାରରୁ ୨ ବସ୍ତା ରତ୍ନପଥର ମିଳିଥିଲା। ସେଥିରେ ପାନ୍ନା, ରୁବି, ଟୋପାଜ୍‌, ଗୋମେଦ, କଳାହୀରା ଭଳି ବିଭିନ୍ନ କିସମର ୧୫୧ କେଜି ରତ୍ନପଥର ରହିଥିବା ଜଣାପଡ଼ିଛି। ଏହାର ବଜାର ମୂଲ୍ୟ ପ୍ରାୟ ୧କୋଟିରୁ ଊର୍ଦ୍ଧ୍ୱ ଟାଙ୍କା ହେବ ବୋଲି ସୂଚନା ମିଳିଛି। ଏହି ମାମଲାରେ ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅଧୀନ ବିଜାବନ୍ଦାଳି ଅଞ୍ଚଳର ଜିତେନ୍ଦ୍ର କୁମାର ବେହେରା(୪୮)ଙ୍କୁ ରାୟଗଡ଼ା ଟାଉନ୍‌ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏ ନେଇ ଟାଉନ୍‌ ଥାନାରେ ୩୯୦/୨୦ରେ ଏକ ମାମଲା ରୁଜୁହୋଇ ତଦନ୍ତ ଜାରି ରହିଥିବା ରାୟଗଡ଼ା ଏସ୍‌ପି ସର୍ବଣା ବିବେକ୍‌ ଏମ୍‌. ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri