୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅବକାରୀ ସାମଗ୍ରୀ ଜବତ

କଟକ ଅଫିସ,୨୬ା୩: ରାଜ୍ୟର ୧୦୬ ପୌର ପରିଷଦ ଓ ୩ ମହାନଗର ନିଗମ ଅଞ୍ଚଳରେ ନିର୍ବାଚନକୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ କରାଇବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏଥିପାଇଁ ବିଭାଗ ପକ୍ଷରୁ ଫେବୃୟାରୀ ୨୫ରୁ ମାର୍ଚ୍ଚ ୨୪ ତାରିଖ ପର୍ଯ୍ୟନ୍ତ ସ୍ପେଶାଲ ଡ୍ରାଇଭ୍‌ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ହୋଇଥିଲା। ଏହି ସମୟ ମଧ୍ୟରେ ବିଭାଗ ପକ୍ଷରୁ ୩୮୯୫ ଅବକାରୀ ମାମଲା ରୁଜୁ ହୋଇଥିବାବେଳେ ୩୧୯୫ ଜଣଙ୍କୁ ଗିରଫ କରାଯାଇଛି। ଏଥିସହ ୧ ଲକ୍ଷ ୧୨ ହଜାର ୨୬୩ ଲିଟର ଦେଶୀ ମଦ, ୯ ଲକ୍ଷ ୯ ହଜାର ୩୯୫ ଲିଟର ଦେଶୀ ମଦ ତିଆରି ସାମଗ୍ରୀ ଜବତ କରାଯାଇଛି। ସେହିପରି ୨୯୧୬ କିଲୋ ଗଞ୍ଜେଇ, ୧୦୩୪.୧୪ ଲିଟର ନକଲି ବିଦେଶୀ ମଦ, ୯୩୪୧.୮ ଲିଟର ଟାକ୍ସ ଦିଆଯାଇ ନ ଥିବା ବିଦେଶୀ ମଦ, ୫୨୭.୭ ଲିଟର ସ୍ପିରିଟ୍‌, ୬୩୭.୬ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି। ଏଥିସହ ୨୫୩୨ ଲିଟର ବିଦେଶୀ ମଦ, ୨୮୧୦ ଲିଟର ବିୟର, ୭୮୬.୬ ଲିଟର ଦେଶୀ ମଦ, ୨୭୦୫.୭ ଲିଟର ଦେଶୀ ମହୁଲି ମଦ, ୭୨୬୦ଟି ଡୁପ୍ଲିକେଟ୍‌ କମ୍ପାନୀ ଲେବଲ ସମେତ ୧୪୪ଟି ଦୁଇ ଓ ଚାରିଚକିଆ ଗାଡ଼ି ଜବତ କରାଯାଇଛି। ତେବେ ଜବତ ସାମଗ୍ରୀର ମୂଲ୍ୟ ୧୧.୦୬ କୋଟି ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଶୁକ୍ରବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁ…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri