୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ

ହିଞ୍ଜିିଳିକାଟୁ,୭ା୧(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍‌ ଲୋନ୍‌ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ ଜେନା, ତାଙ୍କ ସ୍ତ୍ରୀ ବନିତା ଜେନା ଓ ଡ଼େଙ୍ଗାପଦରର ସୁଜିତ କୁମାର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଅନିତା ପ୍ରଧାନ। ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ୨ ଦମ୍ପତିଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଯାଇଛି।
ଦୁଇ ଦମ୍ପତି ଚାକିରି ଦେବା, ଗ୍ରୁପ୍‌ଲୋନ ଓ ଅନ୍ୟ ସୁବିଧା ଯୋଗାଇଦେବା ପ୍ରଲୋଭନ ଦେଖାଇ କାଞ୍ଜିଆମ୍ମା ଓ ଆଖପାଖ ଗ୍ରାମର ପ୍ରାୟ ୩୯ ଜଣଙ୍କଠାରୁ ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିଲେ। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ଚାକିରି କି ଲୋନ୍‌ ନ ମିଳିବାରୁ ସେମାନେ ଅର୍ଥ ଫେରାଇବାକୁ ଦାବି କରିଥିଲେ। ଅଭିଯୁକ୍ତ ୨ ଦମ୍ପତି ଟଙ୍କା ଫେରସ୍ତ ନ କରି ଧମକ ଦେଉଥିଲେ। ଠକେଇର ଶିକାର ହୋଇଥିବା କଞ୍ଜିଆମ୍ମାର ରୀତା ଜେନା, ଜଗଦୀଶ ବେହେରା, କାମେଶ୍ୱରୀ ଜେନା, ମିନତୀ ସ୍ବାଇଁ, ଦାଶରଥୀ ନାୟକ ପ୍ରମୁଖ ଏନେଇ ସୋମବାର ହିଞ୍ଜିିଳି ଥାନାରେ ଅଭିଯୋଗ କରିଥିଲେ। ନଂ. ୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା ବୋଲି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri