୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ

ହିଞ୍ଜିିଳିକାଟୁ,୭ା୧(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍‌ ଲୋନ୍‌ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ ଜେନା, ତାଙ୍କ ସ୍ତ୍ରୀ ବନିତା ଜେନା ଓ ଡ଼େଙ୍ଗାପଦରର ସୁଜିତ କୁମାର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଅନିତା ପ୍ରଧାନ। ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ୨ ଦମ୍ପତିଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଯାଇଛି।
ଦୁଇ ଦମ୍ପତି ଚାକିରି ଦେବା, ଗ୍ରୁପ୍‌ଲୋନ ଓ ଅନ୍ୟ ସୁବିଧା ଯୋଗାଇଦେବା ପ୍ରଲୋଭନ ଦେଖାଇ କାଞ୍ଜିଆମ୍ମା ଓ ଆଖପାଖ ଗ୍ରାମର ପ୍ରାୟ ୩୯ ଜଣଙ୍କଠାରୁ ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିଲେ। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ଚାକିରି କି ଲୋନ୍‌ ନ ମିଳିବାରୁ ସେମାନେ ଅର୍ଥ ଫେରାଇବାକୁ ଦାବି କରିଥିଲେ। ଅଭିଯୁକ୍ତ ୨ ଦମ୍ପତି ଟଙ୍କା ଫେରସ୍ତ ନ କରି ଧମକ ଦେଉଥିଲେ। ଠକେଇର ଶିକାର ହୋଇଥିବା କଞ୍ଜିଆମ୍ମାର ରୀତା ଜେନା, ଜଗଦୀଶ ବେହେରା, କାମେଶ୍ୱରୀ ଜେନା, ମିନତୀ ସ୍ବାଇଁ, ଦାଶରଥୀ ନାୟକ ପ୍ରମୁଖ ଏନେଇ ସୋମବାର ହିଞ୍ଜିିଳି ଥାନାରେ ଅଭିଯୋଗ କରିଥିଲେ। ନଂ. ୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା ବୋଲି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri