ହିଞ୍ଜିିଳିକାଟୁ,୭ା୧(ଡି.ଏନ୍.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍ ଲୋନ୍ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ ଜେନା, ତାଙ୍କ ସ୍ତ୍ରୀ ବନିତା ଜେନା ଓ ଡ଼େଙ୍ଗାପଦରର ସୁଜିତ କୁମାର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଅନିତା ପ୍ରଧାନ। ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ୨ ଦମ୍ପତିଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଯାଇଛି।
ଦୁଇ ଦମ୍ପତି ଚାକିରି ଦେବା, ଗ୍ରୁପ୍ଲୋନ ଓ ଅନ୍ୟ ସୁବିଧା ଯୋଗାଇଦେବା ପ୍ରଲୋଭନ ଦେଖାଇ କାଞ୍ଜିଆମ୍ମା ଓ ଆଖପାଖ ଗ୍ରାମର ପ୍ରାୟ ୩୯ ଜଣଙ୍କଠାରୁ ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିଲେ। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ଚାକିରି କି ଲୋନ୍ ନ ମିଳିବାରୁ ସେମାନେ ଅର୍ଥ ଫେରାଇବାକୁ ଦାବି କରିଥିଲେ। ଅଭିଯୁକ୍ତ ୨ ଦମ୍ପତି ଟଙ୍କା ଫେରସ୍ତ ନ କରି ଧମକ ଦେଉଥିଲେ। ଠକେଇର ଶିକାର ହୋଇଥିବା କଞ୍ଜିଆମ୍ମାର ରୀତା ଜେନା, ଜଗଦୀଶ ବେହେରା, କାମେଶ୍ୱରୀ ଜେନା, ମିନତୀ ସ୍ବାଇଁ, ଦାଶରଥୀ ନାୟକ ପ୍ରମୁଖ ଏନେଇ ସୋମବାର ହିଞ୍ଜିିଳି ଥାନାରେ ଅଭିଯୋଗ କରିଥିଲେ। ନଂ. ୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା ବୋଲି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ View All
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…
ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
Archives

