ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ କରି ବ୍ୟାଙ୍କ ଉପଭୋକ୍ତାଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର୍‌ କରି ଲୁଟ୍‌ କରୁଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଝାରବନ୍ଧ ବ୍ଲକ ଲେରଗାଁର ଅମୃତ ସାହୁ(୨୪)। ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତଙ୍କୁ ପଦ୍ମପୁର ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି । ତାଙ୍କ ବିରୋଧରେ ଝାରବନ୍ଧ ଥାନାରେ ୨ଟି ମାମଲା ରୁଜୁ ହୋଇଛି।
ବରଗଡ଼ ଏସ୍‌ପି ପଦ୍ମିନୀ ସାହୁଙ୍କ ସୂଚନା ଅନୁସାରେ ଗତ ୨୦ ତାରିଖ ଝାରବନ୍ଧର ବମଲେଶ ଭୋଇ ତାଙ୍କ ଷ୍ଟେଟବ୍ୟାଙ୍କ ଆକାଉଣ୍ଟରୁ ଜାଲିଆତି କରି ଇପେ ସେଲ୍‌ ସର୍ଭିସ ପ୍ରାଇଭେଟ୍‌ ଲିମିଟେଡକୁ ୫୦ହଜାର ଟଙ୍କା ଟ୍ରାନ୍ସଫର ହୋଇଥିବା ଥାନାରେ ଏତଲା ଦେଇଥିଲେ। ପୋଲିସ ମାମଲା(ନଂ, ୬୦/୨୧) ରୁଜୁ କରି ତଦନ୍ତ ଚଳାଇଥିଲା। ତଦନ୍ତ ପରେ ଅଭିଯୁକ୍ତ ଅମୃତ ଉପରୋକ୍ତ ଇପେ ସେଲ୍‌ ସର୍ଭିସ୍‌ ପ୍ରାଇଭେଟ୍‌ ନାମକ ନକଲି କମ୍ପାନୀର ଡାଇରେକ୍ଟର ବୋଲି ଜଣାପଡ଼ିଥିଲା। ପୋଲିସ ମଙ୍ଗଳବାର ତାଙ୍କୁ ଧରି ଜେରା କରିଥିଲା। ଜେରାବେଳେ ସେ ନିଜେ ବମଲେଶଙ୍କ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର କରିଥିବା ସ୍ବୀକାର କରିଥିଲେ। ଗତବର୍ଷଠାରୁ ଏପର୍ଯ୍ୟନ୍ତ ୭୮ଜଣ ବ୍ୟାଙ୍କ ଉପଭୋକ୍ତାଙ୍କଠାରୁ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନିଜ ଆକାଉଣ୍ଟକୁ ସେ ଟ୍ରାନ୍ସଫର କରିଥିବା ତଦନ୍ତରୁ ଜଣାପଡ଼ିଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri