୪୮ଘଣ୍ଟାରେ ୫୧ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

କଟକ ଅଫିସ, ୧୦।୪: କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ରାଜ୍ୟ ପୋଲିସ ପକ୍ଷରୁ ଗୁରୁବାର ସ୍ପେଶାଲ ଡ୍ରାଇଭ୍‌ କରାଯାଇ ୪୮ଘଣ୍ଟା ମଧ୍ୟରେ ୫୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ କରାଯାଇଛି। ଗତ ୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଡ୍ରାଇଭ୍‌ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଡିଜିପିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦ୍ୱିତୀୟ ଦିନରେ ରାଜ୍ୟ ପୋଲିସ ସାମାଜିକ ଦୂରତା ନିୟମ ଭଙ୍ଗ କରିଥିବା ୧୪୦୫ ଜଣଙ୍କଠାରୁ ୧,୫୬,୪୫୦ ଟଙ୍କା ଓ ମାସ୍କ ପିନ୍ଧି ନ ଥିବା ୧୦,୩୯୬ ଜଣ ବ୍ୟକ୍ତିଙ୍କଠାରୁ ୨୫ ଲକ୍ଷ ୫ ହଜାର ଟଙ୍କା ଜରିମାନା ଆଦାୟ କରିଛି। ସୂଚନାଯୋଗ୍ୟ, ବୁଧବାର ୯,୪୦୦ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୨୫,୦୭,୯୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ରାଜ୍ୟରେ କରୋନା ନିୟମ ଉଲ୍ଲଂଘନକାରୀଙ୍କ ଉପରେ ରୋକ୍‌ ଲଗାଇବା ପାଇଁ ୧୩୬ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ୍‌ରେ ବିଭିନ୍ନ ଜିଲା ଏସ୍‌ପି, କଟକ ଓ ଭୁବନେଶ୍ୱର ଡିସିପିଙ୍କ ସମେତ ପୋଲିସ ବିଭାଗର ବହୁ ଅଧିକାରୀ ସାମିଲ ହୋଇଥିବା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri