୪୮ଘଣ୍ଟାରେ ୫୧ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

କଟକ ଅଫିସ, ୧୦।୪: କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ରାଜ୍ୟ ପୋଲିସ ପକ୍ଷରୁ ଗୁରୁବାର ସ୍ପେଶାଲ ଡ୍ରାଇଭ୍‌ କରାଯାଇ ୪୮ଘଣ୍ଟା ମଧ୍ୟରେ ୫୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ କରାଯାଇଛି। ଗତ ୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଡ୍ରାଇଭ୍‌ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଡିଜିପିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦ୍ୱିତୀୟ ଦିନରେ ରାଜ୍ୟ ପୋଲିସ ସାମାଜିକ ଦୂରତା ନିୟମ ଭଙ୍ଗ କରିଥିବା ୧୪୦୫ ଜଣଙ୍କଠାରୁ ୧,୫୬,୪୫୦ ଟଙ୍କା ଓ ମାସ୍କ ପିନ୍ଧି ନ ଥିବା ୧୦,୩୯୬ ଜଣ ବ୍ୟକ୍ତିଙ୍କଠାରୁ ୨୫ ଲକ୍ଷ ୫ ହଜାର ଟଙ୍କା ଜରିମାନା ଆଦାୟ କରିଛି। ସୂଚନାଯୋଗ୍ୟ, ବୁଧବାର ୯,୪୦୦ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୨୫,୦୭,୯୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ରାଜ୍ୟରେ କରୋନା ନିୟମ ଉଲ୍ଲଂଘନକାରୀଙ୍କ ଉପରେ ରୋକ୍‌ ଲଗାଇବା ପାଇଁ ୧୩୬ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ୍‌ରେ ବିଭିନ୍ନ ଜିଲା ଏସ୍‌ପି, କଟକ ଓ ଭୁବନେଶ୍ୱର ଡିସିପିଙ୍କ ସମେତ ପୋଲିସ ବିଭାଗର ବହୁ ଅଧିକାରୀ ସାମିଲ ହୋଇଥିବା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri