ଚଳିତବର୍ଷ ୪ କୋଟିରୁ ଊର୍ଦ୍ଧ୍ୱ ବ୍ରାଉନ୍‌ସୁଗାର ଜବତ

କଟକ ଅଫିସ,୭।୧୦:ଚଳିତବର୍ଷ କଟକ ସହରାଞ୍ଚଳ ପୋଲିସ ମୋଟ୍‌ ୪ କିଲୋ ୬୪୬ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୪କୋଟି ୬୪ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ୩୦ଜଣ ନିଶା ବେପାରୀଙ୍କୁ ଗିରଫ କରାଯାଇଛି ବୋଲି କଟକ ଡିସିପିଙ୍କ କାର୍ଯ୍ୟାଳୟରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଡିସିପି ପ୍ରତୀକ୍‌ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମଙ୍ଗଳବାର ଦରଘାବଜାର ପୋଲିସ ୨୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିବା ସହ ୩ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିଅନ୍ତା ଥାନା ଅଧୀନ ଜଗନ୍ନାଥପୁରର ବାପି ନାୟକ, ନିଆଳି ଥାନା ଦୀଘି ଗ୍ରାମର ଗୋପୀନାଥ ପାତ୍ର ଓ ବିବେକାନନ୍ଦ ଜେନା। ସେମାନଙ୍କଠାରୁ ଗୋଟିଏ ବାଇକ, ସ୍କୁଟି, ୧ଲକ୍ଷ ୨୦ ହଜାର ଟଙ୍କା ଓ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ମଙ୍ଗଳବାର ରାତି ପ୍ରାୟ ୮ଟାରେ ୩ ଅଭିଯୁକ୍ତ ସ୍ଥାନୀୟ ଜେଲ ପଡିଆ ନିକଟରେ ସ୍ଥାନୀୟ ନିଶା ବ୍ୟବସାୟୀଙ୍କୁ ବ୍ରାଉନ୍‌ସୁଗାର ଯୋଗାଇବା ପାଇଁ ଏକାଠି ହୋଇଥିବା ଦରଘାବଜାର ଆଇଆଇସି ପ୍ରଦୀପ ଜେନାଙ୍କୁ ଖବର ମିଳିଥିଲା। ପରେ ଏସ୍‌ଆଇ ଜଗନ୍ନାଥ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ଚଢାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ୮୦ ହଜାର ଟଙ୍କା ହେବ। ଅଭିଯୁକ୍ତଙ୍କୁ ଅଧିକ ଜେରା କରିବାରୁ ସେମାନେ ଉକ୍ତ ବ୍ରାଉନ୍‌ସୁଗାରକୁ ବାଲେଶ୍ୱର ଜିଲାର ଜଳେଶ୍ୱରରୁ ଆଣି କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ଜଗତ୍‌ସିଂହପୁର ଅଞ୍ଚଳକୁ ପଠାଉଥିବା ସ୍ବୀକାର କରିଥିଲେ। ଏ ନେଇ ଥାନାରେ ମାମଲା(ନଂ.୭୪/୨୧) ରୁଜୁ କରାଯିବା ସହ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri