ଚଳିତବର୍ଷ ୪ କୋଟିରୁ ଊର୍ଦ୍ଧ୍ୱ ବ୍ରାଉନ୍‌ସୁଗାର ଜବତ

କଟକ ଅଫିସ,୭।୧୦:ଚଳିତବର୍ଷ କଟକ ସହରାଞ୍ଚଳ ପୋଲିସ ମୋଟ୍‌ ୪ କିଲୋ ୬୪୬ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୪କୋଟି ୬୪ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ୩୦ଜଣ ନିଶା ବେପାରୀଙ୍କୁ ଗିରଫ କରାଯାଇଛି ବୋଲି କଟକ ଡିସିପିଙ୍କ କାର୍ଯ୍ୟାଳୟରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଡିସିପି ପ୍ରତୀକ୍‌ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମଙ୍ଗଳବାର ଦରଘାବଜାର ପୋଲିସ ୨୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିବା ସହ ୩ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିଅନ୍ତା ଥାନା ଅଧୀନ ଜଗନ୍ନାଥପୁରର ବାପି ନାୟକ, ନିଆଳି ଥାନା ଦୀଘି ଗ୍ରାମର ଗୋପୀନାଥ ପାତ୍ର ଓ ବିବେକାନନ୍ଦ ଜେନା। ସେମାନଙ୍କଠାରୁ ଗୋଟିଏ ବାଇକ, ସ୍କୁଟି, ୧ଲକ୍ଷ ୨୦ ହଜାର ଟଙ୍କା ଓ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ମଙ୍ଗଳବାର ରାତି ପ୍ରାୟ ୮ଟାରେ ୩ ଅଭିଯୁକ୍ତ ସ୍ଥାନୀୟ ଜେଲ ପଡିଆ ନିକଟରେ ସ୍ଥାନୀୟ ନିଶା ବ୍ୟବସାୟୀଙ୍କୁ ବ୍ରାଉନ୍‌ସୁଗାର ଯୋଗାଇବା ପାଇଁ ଏକାଠି ହୋଇଥିବା ଦରଘାବଜାର ଆଇଆଇସି ପ୍ରଦୀପ ଜେନାଙ୍କୁ ଖବର ମିଳିଥିଲା। ପରେ ଏସ୍‌ଆଇ ଜଗନ୍ନାଥ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ଚଢାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ୮୦ ହଜାର ଟଙ୍କା ହେବ। ଅଭିଯୁକ୍ତଙ୍କୁ ଅଧିକ ଜେରା କରିବାରୁ ସେମାନେ ଉକ୍ତ ବ୍ରାଉନ୍‌ସୁଗାରକୁ ବାଲେଶ୍ୱର ଜିଲାର ଜଳେଶ୍ୱରରୁ ଆଣି କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ଜଗତ୍‌ସିଂହପୁର ଅଞ୍ଚଳକୁ ପଠାଉଥିବା ସ୍ବୀକାର କରିଥିଲେ। ଏ ନେଇ ଥାନାରେ ମାମଲା(ନଂ.୭୪/୨୧) ରୁଜୁ କରାଯିବା ସହ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?