Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଖର୍ଚ୍ଚ ହୋଇଛି ୯୦୦୦ କୋଟିରୁ ଅଧିକ…

ନୂଆଦିଲ୍ଲୀ, ୩୦।୪ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ କେନ୍ଦ୍ର ସରକାର ୨୦୨୧ ପର୍ଯ୍ୟନ୍ତ ସୁରକ୍ଷା ପାଇଁ ୯,୦୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ୫ ଅଗଷ୍ଟ ୨୦୧୯ରେ ଅନୁଚ୍ଛେଦ ୩୭୦ ହଟିବା ପରଠାରୁ ସୁରକ୍ଷା ସମ୍ବନ୍ଧୀୟ ଖର୍ଚ୍ଚ ଯୋଜନା ଅଧୀନରେ ଜମ୍ମୁ-କଶ୍ମୀର ସରକାରଙ୍କୁ ଏହି ରାଶି ପ୍ରଦାନ କରାଯାଇଥିଲା।

ସ୍ବରାଷ୍ଟ୍ରମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ବାର୍ଷିକ ରିପୋର୍ଟ ୨୦୨୦-୨୦୨୧ ରେ ଏହା ଉଲ୍ଲେଖ୍‌ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା ସମ୍ବନ୍ଧୀୟ ଖର୍ଚ୍ଚ ପାଇଁ ମୋଟ ୯,୧୨୦,୬୯ କୋଟି ଟଙ୍କା ପ୍ରଦାନ କରାଯାଇଛି।

ରିପୋର୍ଟ ଅନୁଯାୟୀ, ଏହି ୪୪୮.୦୪ କୋଟି ଟଙ୍କା ଜମ୍ମୁ- କଶ୍ମୀରର ୩୧ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଖର୍ଚ୍ଚ ହୋଇଥିଲା। ଏହା ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜମ୍ମୁ -କଶ୍ମୀର ପାଇଁ ପାଞ୍ଚଟି ଇଣ୍ଡିଆ ରିଜର୍ଭ ବାଟାଲିୟନ, ଦୁଇଟି ବର୍ଡର ବାଟାଲିୟନ ଏବଂ ଦୁଇଟି ମହିଳା ବାଟାଲିୟନ ଗଠନକୁ ମଧ୍ୟ ଅନୁମୋଦନ କରିଛି। ପାଞ୍ଚଟି ଆଇଆର ବାଟାଲିୟନ ପାଇଁ ନିଯୁକ୍ତି ସମାପ୍ତ ହୋଇସାରିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ପ୍ରଧାନମନ୍ତ୍ରୀ ବିକାଶ ପ୍ୟାକେଜ ଅନ୍ତର୍ଗତ ୮୦,୦୬୮ କୋଟି ଟଙ୍କା ଘୋଷଣା କରାଯାଇଛି। କରିଛନ୍ତି। ସଡ଼କ ବିଦ୍ୟୁତ୍‌, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ସ୍ବାସ୍ଥ୍ୟ, ଶିକ୍ଷା, ଜଳ ଉତ୍ସ, କ୍ରୀଡା, ସହରୀ ବିକାଶ, ପ୍ରତିରକ୍ଷା ଏବଂ ପୋଷାକ ଆଦି ୬୩ଟି ପରିଯୋଜନା ରାଜ୍ୟରେ ଜାରି ରହିଛି।

ରିପୋର୍ଟରେ କୁହାଯାଇଛି ଯେ ୬୩ଟି ପ୍ରକଳ୍ପ ମଧ୍ୟରୁ ୫୮,୬୨୭ କୋଟି ଟଙ୍କା ବ୍ୟୟରେ ୫୪ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ କୁହାଯାଇଛି ଯେ ୨୦ ଟି ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି । ସେହିପରି ୩୦ ନଭେମ୍ବର ୨୦୨୦ ପର୍ଯ୍ୟନ୍ତ ବିଭିନ୍ନ ପ୍ରକଳ୍ପ ପାଇଁ ୩୨,୧୩୬ କୋଟି ଟଙ୍କା ରିଲିଜ ହୋଇଛି। ସେଥିମଧ୍ୟରୁ ୩୦,୫୫୩ କୋଟି ଟଙ୍କା ବ୍ୟବହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri