ଋଣ ଉଠାଇବା ଲାଗି ରାଜ୍ୟଗୁଡ଼ିକୁ ଅଧିକ ସମୟ

ନୂଆଦିଲ୍ଲୀ: ବଜାରରୁ ଋଣ ଉଠାଇବା ଲାଗି ରିଜର୍ଭ ବ୍ୟାଙ୍କ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ଆଉ ୬ ମାସ ଅଧିକ ସମୟ ପ୍ରଦାନ କରିଛି। ଏହି ସମୟରେ ରାଜ୍ୟ ଓଭରଡ୍ରାଫ୍ଟ ସୁବିଧା ମଧ୍ୟ ନେଇପାରିବେ। କରୋନା ସମୟରେ ରାଜ୍ୟଗୁଡିକର ଖର୍ଚ୍ଚ ବଢ଼ିଥିବାରୁ ଏହାକୁ ଧ୍ୟାନରେ ରଖି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। କୋଭିଡ୍‌ ସଙ୍କଟ ସମୟରେ ବଜାର ଋଣ ଉଠାଣ ନେଇ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ରିଜର୍ଭ ବ୍ୟାଙ୍କ ଅନୁମତି ପ୍ରଦାନ କରିଥିଲା। ଏହି ସୀମା ସେପ୍ଟେମ୍ବର ୩୦ ଯାଏ ରହିଥିଲା। ବର୍ତ୍ତମାନ ଋଣ ଉଠାଣ ସୀମାକୁ ଆଉ ୬ ମାସ ବଢାଯାଇଥିବାରୁ ଆବଶ୍ୟକତା ଅନୁସାରେ ରାଜ୍ୟ ଋଣ ଉଠାଇବାରେ କୌଣସି ଅସୁବିଧା ସାମ୍ନା କରିବାକୁ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri