ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ…

ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍‌। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ ପ୍ରଶାସକ, ତଦାରଖ କମିଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ବିଶେଷଜ୍ଞ ଟିମ ଦ୍ବାରା ଯାଞ୍ଚ କରାଯିବ। ଭଣ୍ଡାରରେ କିଛି ରହସ୍ୟ ଅଛି କି ନାହିଁ ଦେଖାଯିବ।

ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍‌ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍‌ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍‌ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri