ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ…

ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍‌। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ ପ୍ରଶାସକ, ତଦାରଖ କମିଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ବିଶେଷଜ୍ଞ ଟିମ ଦ୍ବାରା ଯାଞ୍ଚ କରାଯିବ। ଭଣ୍ଡାରରେ କିଛି ରହସ୍ୟ ଅଛି କି ନାହିଁ ଦେଖାଯିବ।

ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍‌ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍‌ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍‌ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri