ଭୁବନେଶ୍ୱର,୧୯।୮(ବ୍ୟୁରୋ): ଚଳିତ ଖରିଫ ଚାଷ ଲାଗି ରାଜ୍ୟକୁ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ତେଣୁ ଅଧିକ ୟୁରିଆ ସାର ଯୋଗାଇବାକୁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ମନ୍ସୁଖଭାଇ ମାଣ୍ଡବ୍ୟ ଭିଡିଓ କନ୍ଫରେନ୍ସରେ ରାଜ୍ୟ କୃଷିମନ୍ତ୍ରୀମାନଙ୍କ ସହ ବୈଠକ କରି ସାର ଯୋଗାଣର ଉପରେ ସମୀକ୍ଷା କରିଛନ୍ତି।
ଏଥିରେ ମନ୍ତ୍ରୀ ସାହୁ ଅଗଷ୍ଟରେ ବାକି ଥିବା ୟୁରିଆ ସାର ତୁରନ୍ତ ଦେବାକୁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଅନୁରୋଧ କରିଛନ୍ତି। ଜୁଲାଇ ଦ୍ବିତୀୟ ସପ୍ତାହରୁ ସେପ୍ଟେମ୍ବର ଶେଷ ପର୍ଯ୍ୟନ୍ତ ୟୁରିଆର ଚାହିଦା ଅଧିକ ଥାଏ। ୨୦୨୦ ଜୁନ୍ରେ ରାଜ୍ୟର ୟୁରିଆ ସାର ଚାହିଦା ୭୦ ହଜାର ମେଟ୍ରିକ୍ ଟନ୍ ଥିବାବେଳେ ୫୬ ହଜାର ୨୨୮ ମେଟ୍ରିକ୍ ଟନ୍ ସାର ଯୋଗାଣ ହୋଇଥିଲା, ଯାହା ଚାହିଦାଠାରୁ ୧୩ ହଜାର ୭୭୨ ମେଟ୍ରିକ୍ ଟନ୍ କମ୍ ଥିଲା। ସେହିପରି ଜୁଲାଇରେ ୧୯ ହଜାର ୬୧୯ ମେଟ୍ରିକ୍ ଟନ୍ କମ୍ ସାର ଓଡ଼ିଶାକୁ ଯୋଗାଣ ହୋଇଥିଲା। ଅଗଷ୍ଟରେ ରାଜ୍ୟରେ ଏକ ଲକ୍ଷ ମେଟ୍ରିକ୍ ଟନ୍ ୟୁରିଆ ସାରର ଆବଶ୍ୟକତା ଥିବାବେଳେ ଅଗଷ୍ଟ ୧୭ ସୁଦ୍ଧା ରାଜ୍ୟକୁ ମାତ୍ର ୩୪ ହଜାର ୧୫୦ ମେଟ୍ରିକ୍ ଟନ୍ ଯୋଗାଣ ହୋଇଛି। ଜୁନ୍ ଓ ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ଏବଂ ଅଗଷ୍ଟର ବାକି ଅବଧି ପାଇଁ ରାଜ୍ୟରେ ୧ ଲକ୍ଷ ୩ ହଜାର ମେଟ୍ରିକ୍ ଟନ୍ ୟୁରିଆ ସାରର ଆବଶ୍ୟକତା ରହିଛି। ଓଡ଼ିଶାରେ ଖରିଫରେ ମୁଖ୍ୟତଃ ଧାନଚାଷ କରାଯାଉଥିବା ବେଳେ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ରାଜ୍ୟ ସରକାରଙ୍କ ତରଫରୁ ଇଫ୍କୋ, ଆର୍ସିଏଫ୍, ଏନ୍ଏଲ୍ଏଫ୍ ଆଦି ସାର କମ୍ପାନୀଗୁଡ଼ିକ ନିଜସ୍ବ ଉତ୍ପାଦିତ ସାର ଯୋଗାଇ ଦେବା ପାଇଁ ଅନୁରୋଧ କରାଯାଇଥିବା ବେଳେ ରାଜ୍ୟକୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଉପଲବ୍ଧ ହୋଇନାହିଁ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟକୁ ଇଣ୍ଡିଆନ ପଟାସ ଲିମିଟେଡ୍ ପକ୍ଷରୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଯୋଗାଇଦେବାକୁ ସେ ଅନୁରୋଧ କରିଛନ୍ତି। ରାଜ୍ୟରେ ୟୁରିଆ ସାର ଖୁଚୁରା ବିକ୍ରୟକୁ କ୍ୟାଶ୍ଲେସ୍ ଓ ଡିଜିଟାଲ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଅଦ୍ୟାବଧି ହଜାରଟି ଖୁଚୁରା ସାର ବିକ୍ରୟ କେନ୍ଦ୍ରକୁ ଡିଜିଟାଲ କରାଯାଇଥିବା ମନ୍ତ୍ରୀ ସାହୁ କହିଛନ୍ତି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
Archives

