Posted inଜାତୀୟ

ଜର୍ନାଲିଷ୍ଟଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଗାଳି ଦେଉଥିବା ଭିଡିଓ ଭାଇରାଲ

ଲକ୍ଷ୍ନୌ, ୫ା୪- ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଗଣମାଧ୍ୟମ ସଂସ୍ଥା ‘ଏଏନ୍‌ଆଇ’ କ୍ୟାମେରାମ୍ୟାନଙ୍କୁ ଅତି ଅସଭ୍ୟ ଭାଷାରେ ଗାଳି କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏ ସମ୍ପର୍କରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଟୁଇଟ୍‌ କରିଛନ୍ତି। ଖବରଦାତାଙ୍କୁ ମାନ୍ୟବର ଦେଇଥିବା ପ୍ରବଚନ ଶୁଣନ୍ତୁ। କିନ୍ତୁ ହେଡ୍‌ ଫୋନ ବ୍ୟବହାର କରନ୍ତୁ ଓ ଛୁଆଙ୍କ ଠାରୁ ଦୂରେଇ ରଖନ୍ତୁ ବୋଲି ଅଖିଳେଶ ଲେଖିଛନ୍ତି। ତେବେ ସେ ଭିଡିଓକୁ ଶେୟାର କରି ନାହାନ୍ତି।

ଏହି ଭିଡିଓକୁ ଫେକ୍‌ ବୋଲି ଦର୍ଶାଇଛନ୍ତି ଯୋଗୀ ଆଦିତ୍ୟନାଥଙ୍କ ମିଡିଆ ଆଡ୍‌ଭାଇଜର। ଭିଡିଓକୁ ଏଡିଟ୍‌ କରାଯାଇଛି। ଭିଡିଓର ଅନ୍ତିମ ୩ ସେକେଣ୍ଡରେ ଫେକ୍‌ ଅଭିଓ ଇନସର୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ମିଡିଆ ଆଡଭାଇଜର ଶାଲାଭ ମଣି ତ୍ରିପାଠୀ ଦାବି କରିଛନ୍ତି। ତେବେ ଏହି ଭିଡିଓକୁ ପ୍ରଥମେ ସୂର୍ଯ୍ୟ ପ୍ରତାପ ସିଂ ନାମକୁ ଜଣେ ଅବସରପ୍ରାପ୍ତ ଆଇଏଏସ୍‌ ଶେୟାର କରିଥିଲେ। କ୍ୟାପଶନରେ ଲେଖିଥିଲେ, ଏହା ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଅସଲ ଚେହେରା। ସାଧୁଙ୍କ ବାଣୀ ଶୁଣନ୍ତୁ। ଆଉ ଏହି ଭିଡିଓକୁ ସୋମବାର ସକାଳେ କିଛି ସ୍ଥାନୀୟ ଗଣମାଧ୍ୟମ ଚ୍ୟାନେଲ ପ୍ରସାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri