ଧାର୍ଯ୍ୟ ଲକ୍ଷ୍ୟରୁ ଅଧିକ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଛି

ଡାବୁଗାଁ, ୨୯।୩ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଉପରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷା ବୀଣା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଜବ୍‌କାର୍ଡଧାରୀ ଶ୍ରମିକମାନେ କେତେଦିନ କାର୍ଯ୍ୟ କରିଛନ୍ତି, ମଜୁରି ପାଇଛନ୍ତି କି ନାହିଁ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ସମ୍ପୂର୍ଣ୍ଣ ହୋଇଛି କି ନାହିଁ ଓ ହିତାଧିକାରୀ ସମ୍ପୂର୍ଣ୍ଣ ଅର୍ଥ ପାଇଛନ୍ତି କି ନାହିଁ ତାହାର ସମୀକ୍ଷା କରାଯାଇଛି।
୨୦୨୨-୨୩ ଆର୍ଥିକ ବର୍ଷର ଏହି ଯୋଜନାରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ସୁଦ୍ଧା ୧୯ କୋଟି ୬୬ ଲକ୍ଷ ୫୫ ହଜାର ଟଙ୍କା ଖର୍ଚ୍ଚ କରିବା ନିମନ୍ତେ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ଏଥିରୁ ସମ୍ପୂର୍ଣ୍ଣ ଅର୍ଥ ବ୍ୟୟ କରାଯାଇଛି। ସେପ୍ଟେମ୍ବର ୨୦୨୨ ମଧ୍ୟରେ ୭ ଲକ୍ଷ ୮୫ ହଜାର ୫୮୮(ଧାର୍ଯ୍ୟ ଲକ୍ଷଠାରୁ ଅଧିକ)ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା। ଏଥିରେ ୧୦ ହଜାର ୪୨୧ଟି ପରିବାର ପଞ୍ଜୀକୃତ ହୋଇଥିବା ବେଳେ ୮ ହଜାର ୫୩୦ଟି ପରିବାରକୁ କାର୍ଯ୍ୟ ଯୋଗାଇ ଦିଆଯାଇଛି। ମୋଟ ୨୭୦୯ ପରିବାର ୧୦୦ ଦିନର କାର୍ଯ୍ୟ ପୂରଣ କରିଛନ୍ତି। ଏଥିରେ ମୋଟ ୩୭୭୩ ପ୍ରକଳ୍ପରୁ ୧୨୫୬ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଥିବା ଏହି ଜନଶୁଣାଣିରେ ଉପସ୍ଥାପିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଘରର କବାଟ, ଝରକା ଲାଗି ନ ଥିବା ସହ ମେଜିଆ ଓ ପ୍ଲାଷ୍ଟର ହୋଇ ନ ଥିବା ଦେଖିବାକୁ ମିଳିଛି। ପ୍ରକଳ୍ପ କାମ ଚାଲୁଥିବାବେଳେ କାର୍ଯ୍ୟ ଫଳକ ନ ଥିବା ନେଇ ତଥ୍ୟ ଉପସ୍ଥାପନ କରାଯାଇଛି। ଏହାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲା ଆଦିବାସୀ ଉନ୍ନୟନ ସଂସ୍ଥାର କୌଣସି ଅଧିକାରୀ ଆସି ନ ଥିଲେ। ନବରଙ୍ଗପୁର ଜିଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ଦେବିପ୍ରସାଦ ଟାଲି ଉପସ୍ଥିତ ସରକାରୀ କର୍ମଚାରୀଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଯେପରି ପୁନରାବୃତ୍ତି ନ ହୁଏ ସେଥିପ୍ରତି ଧ୍ୟାନଦେବାକୁ କହିଥିଲେ। ଏଥିରେ ବିଡିଓ ଶରତ ମାଝି, ନବରଙ୍ଗପୁର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ, ଜିଲା ପ୍ରାକୃତିକ ସମ୍ବଳ ପରିଚାଳନା ସଂଯୋଜକ ରାମ ଖିଲ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଜୋନ୍‌-୧ ଧନସିଂ ଭତ୍ରା, ଜନଶୁଣାଣି କମିଟି ସଭ୍ୟ ସୁରେନ୍ଦ୍ର ମିଶ୍ର ଓ ପ୍ରଜ୍ଞାରଞ୍ଜନ ପରିଡ଼ା, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣବାସ ନାୟକ, ବନପାଳ ମଧୁସୂଦନ ପାତ୍ର, ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ପିଇଓ ଏ.ଡି. ପ୍ରସାଦ, ବନପାଳ ମଧୁସୂଦନ ପାତ୍ର, ଉଦ୍ୟାନ କର୍ମଚାରୀ ଜଳେନ୍ଦ୍ର ଅମାନାତ୍ୟ, ବିପିସି ଯୋଗେନ୍ଦ୍ର ମାଝି, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସହାୟକ ବିଦ୍ୟାଧର ବିଷୋୟୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri