ଡାବୁଗାଁ, ୨୯।୩ (ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଏମ୍ଜିଏନ୍ଆର୍ଇଜିଏସ୍, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଉପରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷା ବୀଣା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏମ୍ଜିଏନ୍ଆର୍ଇଜିଏସ୍ରେ ଜବ୍କାର୍ଡଧାରୀ ଶ୍ରମିକମାନେ କେତେଦିନ କାର୍ଯ୍ୟ କରିଛନ୍ତି, ମଜୁରି ପାଇଛନ୍ତି କି ନାହିଁ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ସମ୍ପୂର୍ଣ୍ଣ ହୋଇଛି କି ନାହିଁ ଓ ହିତାଧିକାରୀ ସମ୍ପୂର୍ଣ୍ଣ ଅର୍ଥ ପାଇଛନ୍ତି କି ନାହିଁ ତାହାର ସମୀକ୍ଷା କରାଯାଇଛି।
୨୦୨୨-୨୩ ଆର୍ଥିକ ବର୍ଷର ଏହି ଯୋଜନାରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ସୁଦ୍ଧା ୧୯ କୋଟି ୬୬ ଲକ୍ଷ ୫୫ ହଜାର ଟଙ୍କା ଖର୍ଚ୍ଚ କରିବା ନିମନ୍ତେ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ଏଥିରୁ ସମ୍ପୂର୍ଣ୍ଣ ଅର୍ଥ ବ୍ୟୟ କରାଯାଇଛି। ସେପ୍ଟେମ୍ବର ୨୦୨୨ ମଧ୍ୟରେ ୭ ଲକ୍ଷ ୮୫ ହଜାର ୫୮୮(ଧାର୍ଯ୍ୟ ଲକ୍ଷଠାରୁ ଅଧିକ)ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା। ଏଥିରେ ୧୦ ହଜାର ୪୨୧ଟି ପରିବାର ପଞ୍ଜୀକୃତ ହୋଇଥିବା ବେଳେ ୮ ହଜାର ୫୩୦ଟି ପରିବାରକୁ କାର୍ଯ୍ୟ ଯୋଗାଇ ଦିଆଯାଇଛି। ମୋଟ ୨୭୦୯ ପରିବାର ୧୦୦ ଦିନର କାର୍ଯ୍ୟ ପୂରଣ କରିଛନ୍ତି। ଏଥିରେ ମୋଟ ୩୭୭୩ ପ୍ରକଳ୍ପରୁ ୧୨୫୬ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଥିବା ଏହି ଜନଶୁଣାଣିରେ ଉପସ୍ଥାପିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଘରର କବାଟ, ଝରକା ଲାଗି ନ ଥିବା ସହ ମେଜିଆ ଓ ପ୍ଲାଷ୍ଟର ହୋଇ ନ ଥିବା ଦେଖିବାକୁ ମିଳିଛି। ପ୍ରକଳ୍ପ କାମ ଚାଲୁଥିବାବେଳେ କାର୍ଯ୍ୟ ଫଳକ ନ ଥିବା ନେଇ ତଥ୍ୟ ଉପସ୍ଥାପନ କରାଯାଇଛି। ଏହାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲା ଆଦିବାସୀ ଉନ୍ନୟନ ସଂସ୍ଥାର କୌଣସି ଅଧିକାରୀ ଆସି ନ ଥିଲେ। ନବରଙ୍ଗପୁର ଜିଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ଦେବିପ୍ରସାଦ ଟାଲି ଉପସ୍ଥିତ ସରକାରୀ କର୍ମଚାରୀଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଯେପରି ପୁନରାବୃତ୍ତି ନ ହୁଏ ସେଥିପ୍ରତି ଧ୍ୟାନଦେବାକୁ କହିଥିଲେ। ଏଥିରେ ବିଡିଓ ଶରତ ମାଝି, ନବରଙ୍ଗପୁର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ, ଜିଲା ପ୍ରାକୃତିକ ସମ୍ବଳ ପରିଚାଳନା ସଂଯୋଜକ ରାମ ଖିଲ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଜୋନ୍-୧ ଧନସିଂ ଭତ୍ରା, ଜନଶୁଣାଣି କମିଟି ସଭ୍ୟ ସୁରେନ୍ଦ୍ର ମିଶ୍ର ଓ ପ୍ରଜ୍ଞାରଞ୍ଜନ ପରିଡ଼ା, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣବାସ ନାୟକ, ବନପାଳ ମଧୁସୂଦନ ପାତ୍ର, ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ପିଇଓ ଏ.ଡି. ପ୍ରସାଦ, ବନପାଳ ମଧୁସୂଦନ ପାତ୍ର, ଉଦ୍ୟାନ କର୍ମଚାରୀ ଜଳେନ୍ଦ୍ର ଅମାନାତ୍ୟ, ବିପିସି ଯୋଗେନ୍ଦ୍ର ମାଝି, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଏମ୍ଜିଏନ୍ଆର୍ଇଜିଏସ୍ ସହାୟକ ବିଦ୍ୟାଧର ବିଷୋୟୀ ପରିଚାଳନା କରିଥିଲେ।
Posted inHome Left, ଆମ ଜିଲା ଖବର, ନବରଙ୍ଗପୁର View All
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

