Posted inଖେଳ

ଛକା ମାରିବାରେ ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ମୋର୍ଗାନ

ସାଉଥାମ୍ପଟନ, ୫।୮: ଆୟର୍ଲାଣ୍ଡ ବିପକ୍ଷ ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୭ ଉଇକେଟ୍‌ରେ ପରାସ୍ତ ହୋଇଥିଲା। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଘରୋଇ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ (୧୦୬ ରନ)ଙ୍କ ଶତକ ବଳରେ ୩୨୮ ରନ କରିଥିଲା। ଜବାବରେ ଆୟର୍ଲାଣ୍ଡ ଓପନର୍‌ ପଲ୍‌ ଷ୍ଟ୍ରିଲିଂ (୧୪୨) ଓ ଅଧିନାୟକ ଆଣ୍ଡ୍ରିଉ ବର୍ଲ୍‌ବିନ (୧୧୩)ଙ୍କ ଶତକ ସହାୟତାରେ ଗୋଟିଏ ବଲ୍‌ ପୂର୍ବରୁ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ମୋର୍ଗାନଙ୍କ ଶତକ ବେକାର ଯାଇଥିଲେ ମଧ୍ୟ ଏହି ମ୍ୟାଚ୍‌ ଅବସରରେ ସେ ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। ଅଧିନାୟକ ଭାବେ ମୋର୍ଗାନ ଦିନିକିଆ କ୍ରିକେଟ୍‌ରେ ସର୍ବାଧିକ ଛକା ମାରିବାର କୃତିତ୍ୱ ଲାଭ କରିଛନ୍ତି। ଏହି ଅବସରରେ ସେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (୨୧୧ ଛକା)ଙ୍କୁ ପଛରେ ପକାଇ ଦେଇଛନ୍ତି। ମୋର୍ଗାନ ବର୍ତ୍ତମାନ ସୁଦ୍ଧା ଅଧିନାୟକ ଭାବେ ୨୧୫ ଛକା ମାରି ସାରିଛନ୍ତି। ଧୋନୀ ୩୩୨ ଦିନିକିଆ ମ୍ୟାଚ୍‌ରେ ଭାରତର ନେତୃତ୍ୱ ନେଇ ୨୧୧ ଛକା ମାରିଛନ୍ତି। କିନ୍ତୁ ମୋର୍ଗାନ ମାତ୍ର ୧୬୩ତମ ମ୍ୟାଚ୍‌ରେ ଏହି ସଫଳତା ପାଇଛନ୍ତି। ସେହିଭଳି ଇଂଲଣ୍ଡ କ୍ରିକେଟର୍‌ ଭାବେ ଦିନିକିଆ କ୍ରିକେଟ୍‌ରେ ସର୍ବାଧିକ ସ୍କୋର ଏବେ ମୋର୍ଗାନଙ୍କ ନାମରେ ଲିପିବଦ୍ଧ ହୋଇଛି। ମୋର୍ଗାନ ଇଂଲଣ୍ଡ ପକ୍ଷରୁ ୨୧୬ ଦିନିକିଆ ମ୍ୟାଚ୍‌ ଖେଳି ୪୦.୨୭ ଆଭରେଜରେ ୬,୭୬୬ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri