Posted inଖେଳ

ମୋର୍ଗାନଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨୨ା୪ (ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଆଇପିଏଲ୍‌ ମ୍ୟାଚ ବେଳେ ଏକ ସ୍ଲୋ ଓଭର ରେଟ୍‌ ପାଇଁ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଅନ ମୋର୍ଗାନଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ବୁଧବାର ରାତିରେ ଅନୁଷ୍ଠିତ ଏହି ମ୍ୟାଚରେ ଫାଫ୍‌ ଡୁ’ପ୍ଲେସି ଚମତ୍କାର ୯୫ରନ କରି ଅପରାଜିତ ରହିଥିବାବେଳ ଦୀପକ ଚହରଙ୍କ ୪ ଉଇକେଟ ସଫଳତା ଯୋଗୁ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବିପକ୍ଷରେ ସିଏସ୍‌କେ ୧୮ରନରେ ବିଜୟ ଲାଭ କରିଥିଲା। ଏହି ହାଇସ୍କୋରିଂ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ସିଏସକେ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ ବିନିମୟରେ ୨୨୦ ରନ କରିଥିଲା। ଜବାବରେ କେକେଆର ୨୦୨ ରନ କରିବାରେ ସମର୍ଥ ହୋଇଥିଲା। ଆଇପିଏଲ୍‌ ଆଚରଣ ସଂହିତା ଅଧୀନରେ କେକେଆର ବିପକ୍ଷରେ ଏହା ଥିଲା ପ୍ରଥମ ସ୍ଲୋ ଓଭର ରେଟ୍‌ ଅଭିଯୋଗ। ପ୍ରଥମ ଅପରାଧ ହୋଇଥିବାରୁ ଦଳର ଅଧିନାୟକ ଭାବେ ମୋର୍ଗାନଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଏହି ସିଜନରେ ସ୍ଲୋ ଓଭର ରେଟ୍‌ରେ ଦ୍ୱିତୀୟ ଦୃଷ୍ଟାନ୍ତ ଦେଖିବାକୁ ମିଳିଲେ କେକେଆର୍‌ ଅଧିନାୟକଙ୍କୁ ଦୁଇଗୁଣା ଅର୍ଥାତ୍‌ ୨୪ ଲକ୍ଷ ଟଙ୍କା ଜରିମାନା କରାଯିବ। ଏହାଛଡ଼ା ଦଳର ପ୍ରତ୍ୟେକ ଖେଳାଳିଙ୍କୁ ମ୍ୟାଚ ଫି’ର ୨୫ ପ୍ରତିଶତ ଅବା ୬ ଲକ୍ଷ ଟଙ୍କା ଜରିମାନା ହେବ। ବୁଧବାରର ଏହି ବିଜୟ ପରେ ସିଏସ୍‌କେ ୪ ମ୍ୟାଚରୁ ୬ ପଏଣ୍ଟ ସହ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଥିଲା। ଅନ୍ୟପକ୍ଷରେ କେକେଆର ୬ଷ୍ଠ ସ୍ଥାନକୁ ଖସି ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri