Posted inଖେଳ

ମୋରିସ ଖେଳିବା ସମ୍ଭାବନା କମ୍‌

ଦୁବାଇ, ୨୪।୯(ପି.ଟି.)- ଆହତ ସମସ୍ୟାରୁ ସମ୍ପୂର୍ଣ୍ଣ ମୁକୁଳି ନ ଥିବାରୁ କ୍ରିସ୍‌ ମୋରିସ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପକ୍ଷରୁ ଆଗାମୀ ମ୍ୟାଚରେ ମଧ୍ୟ ଖେଳିବା ସମ୍ଭାବନା କମ୍‌। କ୍ରିକେଟ ଅପରେଶନ୍ସ ନିର୍ଦ୍ଦେଶକ ମାଇକ ହେସନ ଏହା ପ୍ରକାଶ କରିଛନ୍ତି। ପ୍ରଥମ ମ୍ୟାଚରେ ବିଜୟୀ ହୋଇ ସାରିଥିବା ଚ୍ୟାଲେଞ୍ଜର୍ସ ଗୁରୁବାର କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ଭେଟିବ। ଡେଥ୍‌ ଓଭରରେ ବୋଲିଂକୁ ଦୃଢ଼ କରିବା ପାଇଁ ବାଙ୍ଗାଲୋର ଫ୍ରାଞ୍ଚାଇଜ୍‌ ମୋରିସଙ୍କୁ ୧୦ କୋଟି ଟଙ୍କାରେ କିଣିଥିଲା। ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷ ପ୍ରଥମ ମ୍ୟାଚରେ ମଧ୍ୟ ସେ ଖେଳିପାରି ନ ଥିଲେ। କିଛିଦିନ ପୂର୍ବରୁ ମୋରିସ ଦୁର୍ଭାଗ୍ୟଜନକଭାବେ ସାମାନ୍ୟ ଆହତ ହୋଇଛନ୍ତି। ମିଡଲ ଏବଂ ଡେଥ୍‌ ଓଭର ଗୁଡ଼ିକରେ ତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ। ତାଙ୍କ ବ୍ୟାଟିଂ ଦକ୍ଷତା ମଧ୍ୟ ମ୍ୟାଚରେ ପ୍ରଭାବ ପକାଇବ ବୋଲି ହେସନ ଆରସିବି ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡିଓ ପୋଷ୍ଟ କରି ଏହା କହିଛନ୍ତି। ତାଙ୍କ ଉପସ୍ଥିତିରେ ଦଳରେ ଅଧିକ ସନ୍ତୁଳନ ଆସିବ। ତାଙ୍କ ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂ ଚମତ୍କାର। ତେଣୁ ତାଙ୍କ ସ୍ଥାନରେ କୌଣସି ଖେଳାଳିଙ୍କୁ ବଦଳଭାବେ ନେବା ସହଜ ନୁହେଁ। ଖୁବଶୀଘ୍ର ମୋରିସ ଚୟନ ପାଇଁ ଉପଲବ୍ଧ ହେବା ଆଶା ରହିଛି ବୋଲି ବୋଲି ସେ କହିଛନ୍ତି। ୨୦୧୯ ଆଇପିଏଲ ସିଜନରେ ଆରସିବି ଖରାପ ପ୍ରଦର୍ଶନ କରି ଶେଷ ସ୍ଥାନରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri