ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା ଛାତ୍ରୀ ଛାତ୍ରଙ୍କୁ ଧକ୍କା ଦେଇ ଏକ କାର୍‌ ବରଗଡ ପଟକୁ ଫେରାର୍ ହୋଇ ଯାଇଛି। କାର୍ ଧକ୍କାରେ ୫ଛାତ୍ରୀଛାତ୍ର ସୁମି ଭୋଇ, ସସ୍ମିତା ଭୋଇ, ଖଗେଶ୍ବର କଠାର, ଆକାଶ ରାଉତ, ରଘୁ ମେହେର ଆହତ ହୋଇଥିବାବେଳେ ସେମାନଙ୍କ ସାଇକେଲ ଚୂରମାର୍ ହୋଇ ଯାଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଆହତ ଛାତ୍ରୀ ଛାତ୍ରଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଆହତ ଛାତ୍ରୀ ଛାତ୍ର ନିକଟସ୍ଥ ଚାରପାଲି ଗ୍ରାମରୁ ସରସରା ବିଦ୍ୟାଳୟକୁ ଆସୁଥିବା ବେଳେ ଏହି ସଡ଼କ ଦୁର୍ଘଟଣା ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri